ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ୫୪ଟି ଅଭିଯୋଗର ଶୁଣାଣି, ତିନି ସ୍ୱଚ୍ଛ ଦୂତ ସମ୍ମାନିତ

ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ୫୪ଟି ଅଭିଯୋଗର ଶୁଣାଣି, ତିନି ସ୍ୱଚ୍ଛ ଦୂତ ସମ୍ମାନିତ

ନୂଆପଡ଼ା,(ସୁଜିତ କୁମାର ପ୍ରଧାନ )ନୂଆପଡ଼ା ସଦର ମହକୁମା ସ୍ଥିତ ସଦ୍‌ଭାବନା ସଭାଗୃହରେ ସୋମବାର ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଳ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ଓ ସରକାରୀ ସେବାକୁ ଅଧିକ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ଏହି ଶିବିର ଆୟୋଜନ କରାଯାଇଥିଲା। ଶିବିରରେ ମୋଟ ୫୪ ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୯ଟି ବ୍ୟକ୍ତିଗତ ଏବଂ ୫ଟି ସାମୂହିକ ଅଭିଯୋଗ ଥିଲା। ଦୁଇଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବାବେଳେ ରେଡ୍ କ୍ରସ ପାଣ୍ଠିରୁ ଦୁଖୁରାମ କଲାର ଓ ଚିନ୍ତାମଣି ମାଝୀଙ୍କୁ ୫ ହଜାର ଟଙ୍କା ଲେଖାଏ ତତ୍କାଳୀନ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

ଶିବିରରେ ପଞ୍ଜିକୃତ ସମସ୍ତ ଅଭିଯୋଗର ଗୁରୁତ୍ୱର ସହ ଶୁଣାଣି କରି ଜିଲ୍ଲାପାଳ ସମ୍ପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ନିର୍ଦ୍ଧାରିତ ସମୟ ମଧ୍ୟରେ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା। ସେହିପରି ସ୍ୱଚ୍ଛତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତିନି ଜଣ ବ୍ୟକ୍ତିଙ୍କୁ ‘ସ୍ୱଚ୍ଛ ଦୂତ’ ସମ୍ମାନ ପ୍ରଦାନ କରାଯାଇଥିଲା।

ଶିବିରରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାଁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦ୍ୱାରିକାନାଥ ଶତପଥୀଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଡେପୁଟି ଜିଲ୍ଲାପାଳ ଶେଖ ନସୀମ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

ଏହି ଶିବିରରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ ବିଭାଗର ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କ ସହ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

Related posts

କାମାକ୍ଷାନଗର NAC ଭାରତୀୟ ଜନତା ପାର୍ଟିର କାର୍ଯ୍ୟାଳରେ ସାଧାରଣ ତନ୍ତ୍ର ଦିବସ ପାଳିତ

masiha

କନ୍ଧମାଳ ମହୋତ୍ସବ ରେ ସ୍ଥାନୀୟ କଳାକାର ଙ୍କୁ ମିଳୁନି ସୁଯୋଗ – ଜଳନ୍ଧର, ଯଦୁ ନନ୍ଦନ 

Sunil Chandra Nayak

ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ସହିତ ମତ ବିନିମୟ

masiha

Leave a Comment

error: Content is protected !!