ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲାଠିକଟା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଲାଠିକଟା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା : ୧୩/୭/୨୬ :  ଲାଠିକଟା ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର  ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

     ଆଜି ମୋଟ ୯୭ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l  ସେଥି ମଧ୍ୟରୁ। ୨୭ ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୬୬ ଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୫ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା।ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଥିିକ ସହାୟତା ପାଇଁ ୪ ଜଣ ବ୍ୟକ୍ତି ଆବେଦନ କରିଥିଲେ l  ସେମାନଙ୍କୁ ୩୭,୫୦୦ ତାଙ୍କର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା। 

       ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ଡିଏଫଓ ରବି ମୀ ନା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ଉପଜିଲ୍ଲାପାଳ ପାନପୋଷ ଚନ୍ଦ୍ରକାନ୍ତ ମଲ୍ଲିକ, ଗୋଷ୍ଠି ଉନ୍ନୟନ ଅଧିକାରୀ ମାନସ ସାହୁ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l ସୂଚନା ଯୋଗ୍ୟ ଯେ ଆସନ୍ତା ସୋମବାର ୨୦ ଜୁଲାଇରେ ବଡ଼ଗାଁ ବ୍ଲକ ରେ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଏଥର ଭବାନୀପାଟଣା ଠାରେ ସାଉଥ୍ ଇଣ୍ଡିଆର ଲୋକପ୍ରିୟ ଆଇସକ୍ରିମ “ଅରୁନ୍” !

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୧୪ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ସହ ୧୭ ନୂତନ ନିଯୁକ୍ତ ଶିକ୍ଷକଙ୍କୁ ସ୍ଵାଗତ 

masiha

ଜନସାଧାରଣଙ୍କ ସମସ୍ୟାର ସମାଧାନ ନିଜେ ଉପସ୍ଥିତ ରହି ସମାଧାନ କଲେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ 

masiha

Leave a Comment

error: Content is protected !!