ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉମରକୋଟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ଉମରକୋଟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:( ତା. ୧୩.୦୭.୨୦୨୬)(ରବି ନାରାୟଣ ମହାନ୍ତି)ଉମରକୋଟ ପୌରପରିଷଦ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ଼. ପ୍ରମୋଦ କୁମାର ପୃଷ୍ଟି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ପ୍ରାପ୍ତ ଅଭିଯୋଗଗୁଡ଼ିକର ତୁରନ୍ତ ସମାଧାନ ସମ୍ଭବ ହୋଇଥିବା କ୍ଷେତ୍ରରେ ସ୍ଥଳରେ ହିଁ ପଦକ୍ଷେପ ନିଆଯାଇଥିବା ବେଳେ ଅନ୍ୟାନ୍ୟ ଅଭିଯୋଗର ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ପ୍ରଦାନ କରାଯାଇଥିଲା।ଆଜିର ଶିବିରରେ ମୋଟ ୩୩ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ଅଭିଯୋଗ ଓ ୧୧ଟି ସାମୂହିକ ଅଭିଯୋଗ ଥିଲା। ପ୍ରାପ୍ତ ଅଭିଯୋଗ ମଧ୍ୟରୁ ୦୩ଟିର ସମାଧାନ ଘଟଣାସ୍ଥଳରେ କରାଯାଇଥିବାବେଳେ ଅବଶିଷ୍ଟ ଅଭିଯୋଗଗୁଡ଼ିକୁ ସମ୍ପୃକ୍ତ ବିଭାଗକୁ ପ୍ରେରଣ କରାଯାଇ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରେଡକ୍ରସ ଫଣ୍ଡ ରୁ ୧ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ନବରଙ୍ଗପୁର ସାଂସଦ ଙ୍କ ଦ୍ଵାରା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ସହ ମିଶି ଚାରା ବୃକ୍ଷ ରୋପଣ 

masiha

ପୋଖରୀରେ ବୁଡି ବୃଦ୍ଧ ମୃତ

masiha

ମହଙ୍ଗା ପଡ଼ିଲା ସରପଞ୍ଚଙ୍କ ମିଥ୍ୟା ସତ୍ୟପାଠ , ପଦ ହରାଇଲେ ସରପଞ୍ଚ ଅନୂସୟା  

masiha

Leave a Comment

error: Content is protected !!