ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଳାହାଣ୍ଡି :କଲମପୁର ବ୍ଲକ ନୂଆଗାଁ ଠାରେ ନାରୀ ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି :କଲମପୁର ବ୍ଲକ ନୂଆଗାଁ ଠାରେ ନାରୀ ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ନୂଆଗାଁ ଗ୍ରାମ ଅଙ୍ଗନବାଡି କେନ୍ଦ୍ର ଠାରେ ମହିଳାଙ୍କ ସଚେତନତାକୁ ନେଇ ଭାରତୀୟ ଆଦିମ ଜାତି ସେବା ସଙ୍ଘ ଓ ଧର୍ମଗଡ ଶକ୍ତି ସଦନ କାର୍ଯ୍ୟାଳୟ ତରଫରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଧର୍ମଗଡ଼ ଶକ୍ତି ସଦନ ର ପରିଚାଳିକା ସସ୍ମିତା ପାତ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଆଇ ସି ଡ଼ି ଏସ ସୁପର ଭାଇଜର ବାସନ୍ତୀ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ୱାର୍ଡ ସଭ୍ୟ ହେମ ମଞ୍ଜରୀ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମହିଳାମାନେ କିଭଳି ଶିକ୍ଷା କ୍ଷେତ୍ରରେ କିଭଳି ଆଗକୁ ଯିବେ,ସେମାନେ କେମିତି ଆତ୍ମନିର୍ଭରଶୀଳ ହେବେ, ସ୍ୱାସ୍ଥ୍ୟର ଯତ୍ନ ନେବେ,ନିର୍ଯାତନାରୁ କିଭଳି ଦୁରେଇ ରହିବେ ତଥା ବାଲ୍ୟ ଵିଵାହ ରୁ ଦୁରେଇ ରହିବା ସହ ସରକାରଙ୍କ ତରଫରୁ ମହିଳା ମାନଙ୍କ ପାଇଁ ଥିବା ସମସ୍ତ ସୁବିଧା ସୁଯୋଗ ବିଷୟରେ ବୁଝାଇଥିଲେ।

ଏହା ବ୍ୟତୀତ ବାଲ୍ୟ ବିବାହ ରୋକିବା, ଯୌତୁକ ପ୍ରଥା, ଘରୋଇ ହିଂସା, ଯୌନ ଓ ମାନସିକ ନିର୍ଯାତନା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। କାର୍ଯ୍ୟାଳୟ ସହଯୋଗି ଦେବରାଜ ମହାନନ୍ଦ କାର୍ଯକ୍ରମ ପରିଚାଳନା କରିଥିଲେ। କସ୍ତୁରୀ ସାହୁ ସହଯୋଗ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ରାଇରଙ୍ଗପୁରରେ ବ୍ଳକ ସ୍ତରୀୟ ମିଶନ ଶକ୍ତି ଓଡ଼ିଆ କବି ସମ୍ମିଳନୀ 

masiha

ବଜ୍ରାଘାତ ରେ ତିନିଗୃହପାଳିତ ଗାଈ ମୃତ

Sunil Chandra Nayak

ଗୋପବନ୍ଧୁ ପାଠାଗାରର ଦ୍ବାବିଂଶତମ ଦ୍ବିଦିବସୀୟ ବାର୍ଷିକ ଉତ୍ସବ ଉଦଯାପିତ

Sunil Chandra Nayak

Leave a Comment

error: Content is protected !!