ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋଷାଗୁମୁଡାଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

କୋଷାଗୁମୁଡାଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:( ତା. ୨୦.୦୭.୨୦୨୬)(ରବି ନାରାୟଣ ମହାନ୍ତି) ଆଜି କୋଷାଗୁମୁଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ଼. ପ୍ରମୋଦ କୁମାର ପୃଷ୍ଟି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ।ଆଜିର ଶିବିରରେ ମୋଟ ୫୨ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ୩୪ଟି ବ୍ୟକ୍ତିଗତ ଅଭିଯୋଗ ଓ ୧୮ଟି ଗ୍ରାମ୍ୟ/ସାମୂହିକ ଅଭିଯୋଗ ଥିଲା।ପ୍ରାପ୍ତ ଅଭିଯୋଗମାନଙ୍କ ମଧ୍ୟରୁ ୨ଟି ଅଭିଯୋଗର ସମାଧାନ ଘଟଣାସ୍ଥଳରେ କରାଯାଇଥିବାବେଳେ ଅବଶିଷ୍ଟ ୫୦ଟି ଅଭିଯୋଗକୁ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଓ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗଗୁଡ଼ିକୁ ପ୍ରେରଣ କରାଯାଇଥିବା ବେଳେ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀମାନଙ୍କୁ ଏ ସମ୍ପର୍କରେ ଆବଶ୍ୟକ ନିର୍ଦ୍ଦେଶ ପ୍ରଦାନ କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍

Related posts

ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦା ରଥ ଆଗରେ ଓଡିଶୀ ନୃତ୍ୟ ପରମ୍ପରା 

Sunil Chandra Nayak

ଜନ୍ମ ଦିନ ବାର୍ତ୍ତା

masiha

ରାଜୀବ ଗାନ୍ଧିଙ୍କ ୮୦ତମ ଜନ୍ମ ଜୟନ୍ତୀ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ

masiha

Leave a Comment

error: Content is protected !!