ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅଗଷ୍ଟ ମାସ ୧୦ତାରିଖ ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେବ ଯୁଗ୍ମ ଜନ ଶୁଣାଣି ଶିବିର

ଅଗଷ୍ଟ ମାସ ୧୦ତାରିଖ ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେବ ଯୁଗ୍ମ ଜନ ଶୁଣାଣି ଶିବିର

ରାଇରଙ୍ଗପୁର ତା ୦୬-୦୮-୨୦୨୬ରିଖ  ଜିଲ୍ଲା କାର୍ଯ୍ୟାଳୟର ନିର୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଚଳିତ ଅଗଷ୍ଟ ମାସ ଦ୍ଵିତୀୟ ସୋମବାର ତା ୧୦-୦୮-୨୦୨୬ ରିଖ ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ.କାର୍ଯ୍ୟ ସୂଚୀ ଅନୁଯାୟୀ ଉକ୍ତ ଜନ ଶୁଣାଣି ଶିବିର ପୂର୍ବାହ୍ନ ୧୦ ଘଟିକା ସମୟରେ ଆରମ୍ଭ ହୋଇ ଜନସାଧାରଣଙ୍କ ଆପତ୍ତି /ଅଭିଯୋଗ ଗୁଡିକର ଶୁଣାଣି କରାଯିବ। 

ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ଉକ୍ତ ଜନ ଅଭିଯୋଗ ଶୁଣାଣି ଶିବିରରେ ବାମନଘାଟୀ ଉପଖଣ୍ଡର ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ସମସ୍ତ ଲାଇନ ବିଭାଗର ଅଧିକାରୀ, ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ସମସ୍ତ ତହସିଲଦାର, ସମସ୍ତ ଗୋଷ୍ଠୀ ଶିକ୍ଷାଧିକାରୀ, ସମସ୍ତ ସି ଡି ପି ଓ, ଅନ୍ୟାନ୍ୟ ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀ ଏବଂ ରାଇରଙ୍ଗପୁର ପୌର ପାଳିକା କାର୍ଯ୍ୟ ନିର୍ବାହୀ ଅଧିକାରୀପ୍ରମୁଖଙ୍କ ଉପସ୍ଥିତିରେ ଆପତ୍ତି ଅଭିଯୋଗ ଗୁଡିକର ଶୁଣାଣି କରାଯିବ। 

ଏଣୁ ଅନୁଷ୍ଠିତ ହେବାକୁ ଥିବା ଉକ୍ତ ଜନ ଅଭିଯୋଗ ଶୁଣାଣି ଶିବିରରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ୭ଟି ବ୍ଲକ ଓ ରାଇରଙ୍ଗପୁର ସହରାଞ୍ଚଳର ଜନସାଧାରଣବୃନ୍ଦ ନିର୍ଧାରିତ ସ୍ଥାନ,ତାରିଖ ଓ ସମୟରେ ଉପସ୍ଥିତ ହୋଇ ନିଜ ନିଜର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟା ସମ୍ପର୍କିତ ଆପତ୍ତି ଅଭିଯୋଗ ପତ୍ର ଗୁଡିକ ଦାଖଲ କରିପାରିବେ ବୋଲି ଉପଖଣ୍ଡ ପ୍ରଶାସନ ପକ୍ଷରୁ ସୂଚୀତ କରାଯାଉଛି।

ରାଇରଙ୍ଗପୁର ରୁ ଅକ୍ଷୟ ବିଶ୍ବାଳ

Related posts

ପ୍ରକାଶ ପାଇଲା ଗଳ୍ପ ପ୍ରତିଯୋଗିତାର ଫଳାଫଳ, ପ୍ରଥମ ସ୍ଥାନରେ ଜଗତସିଂହପୁର

masiha

୪୨ ମୌଜାରେ ସାମାଜିକ ସଂଗଠନ ପକ୍ଷରୁ ବୃକ୍ଷ ରୋପଣ ଓ ପରିବେଶ ସୁରକ୍ଷା ନେଇ ଶପଥ ଗ୍ରହଣ 

masiha

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଶିକ୍ଷା କନଭେନସନ୍ 

Sunil Chandra Nayak

Leave a Comment

error: Content is protected !!