ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନସେବା ପ୍ରାଧିକରଣ ରୟଗଡ ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଜିଲ୍ଲା ଆଇନସେବା ପ୍ରାଧିକରଣ ରୟଗଡ ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ଦାମୋଦର ରଥ ଙ୍କ ପୌରୋହିତ୍ୟରେ ଏବଂ ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ତତ୍ୱାବଧାନରେ ଅଦ୍ୟ ତା-୧୪.୦୮.୨୦୨୬ ରିଖ ଶୁକ୍ରୁବାର ଦିନ ଘ.୩.୦୦ମି ସ୍ଥାନୀୟ ସରକାରୀ ଏସ୍.ଏସ୍.ଡି ଉଚ୍ଚ ବିଦ୍ୟାଳୟ, ତାଡମା ସ୍କୁଲ ପରିସରରେ ଥିବା କନଫୋରେନ୍ସ ହଲ ରେ ନାଲସା ସମ୍ବାଦ ସ୍କିମ, ୨୦୨୫ ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ପ୍ରଣ୍ଟ ଅଫିସ ରିଟେନର ଶ୍ରୀ ସୁକାନ୍ତ ଦାସ, ସରକାରୀ ଏସ୍.ଏସ୍.ଡି ଉଚ୍ଚ ବିଦ୍ୟାଳୟ, ତାଡମା ର ପ୍ରଧାନ ଶିକ୍ଷକ ଶ୍ରୀ ଲକ୍ଷ୍ମିନାରାୟଣ ପାଲୋ ଓ ଅନ୍ୟ ଶିକ୍ଷକ, ଛାତ୍ର ଓ ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ନାଲସା ସମ୍ବାଦ ସ୍କିମ, ୨୦୨୫ ର ମୂଳ ଲକ୍ଷ୍ୟ ହେଉଛି ବଞ୍ଚିତ, ଅସୁରକ୍ଷିତ ଆଦିବାସୀ ଏବଂ ବିମୁକ୍ତ/ଯାଯାବର ଜନଜାତିଙ୍କ ପାଇ ନ୍ୟାୟ ପାଇବାର ସୁଯୋଗକୁ କିପରି ସୁଦୃଢ କରିବା ତା ଉପରେ ଧାରଣା ଦେବା ସହିତ ଶିଶୁ ସୁରକ୍ଷI ଆଇନ, ଶିଶୁମାନଙ୍କ ଆଇନଗତ ଅଧିକାର, ବାଲ୍ୟ ବିବାହ ନିରୋଧ ଆଇନ, ଶିଶୁ ଶ୍ରମିକ ଆଇନ ଉପରେ ପିଲାଙ୍କୁ ଅବଗତ କରାଇବା ସହ ସୁନ୍ଦର ଚରିତ୍ର ଓ ଭବିଷ୍ୟତ ଗଠନ ଦିଗରେ ପିଲାଙ୍କୁ ଉତ୍ସାହିତ କରିଥିଲେ I ସେହିପରି ଉପସ୍ଥିତ ଥିବା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ପ୍ରଣ୍ଟ ଅଫିସ ରିଟେନର ଶ୍ରୀ ସୁକାନ୍ତ ଦାସ ନିଜର ବକ୍ତବ୍ୟରେ ବିଭିନ୍ନ ଅସୁବିଧା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଦ୍ୱାରସ୍ଥ ହେବା ପାଇ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ବୁଝାଇଥିଲେ I କାର୍ଯ୍ୟକ୍ରମ ପରିଶେଷରେ ଏକ ଖୋଲା ଆଲୋଚନାରେ ଉପସ୍ଥିତ ଅତିଥିମାନେ ଛାତ୍ର ଛାତ୍ରୀ ମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ସରକାରୀ ଏସ୍.ଏସ୍.ଡି ଉଚ୍ଚ ବିଦ୍ୟାଳୟ, ତାଡମା ର ଛାତ୍ର ଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସଚେତନତା କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଦଳେଇଗୁଡାରେ ବାଲ୍ୟବିବାହ ନିଷେଧ ସଚେତନତା କାର୍ଯ୍ୟକ୍ରମ 

Sunil Chandra Nayak

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀ ଜଗନ୍ନାଥ ମନ୍ଦିର ପରିକ୍ରମା ପରିପ୍ରେକ୍ଷୀରେ ଆୟୋଜିତ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ

masiha

ସୁନାମଧନ୍ୟ ପ୍ରଧାନ ଶିକ୍ଷକ ପ୍ରକୃତି ବନ୍ଧୁ ସ୍ବରୂପ ଚନ୍ଦ୍ର ନନ୍ଦ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳନ

Sunil Chandra Nayak

Leave a Comment

error: Content is protected !!