ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ

ବାଲିଗୁଡା,ତା, ୧୫/୦୮:(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ବିପୁଳ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳନ ହୋଇଯାଇଛି l ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଶ୍ରୀମତୀ ପ୍ରଣୀତା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି ଦେଶ ସ୍ଵାଧୀନ ପାଇଁ ଶହୀଦ୍ ହୋଇଥିବା ସ୍ଵାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ରେ ଅଭିଭାଷଣ ପ୍ରଦାନ କରିଥିଲେ l ପରେ ପରେ ବିଭିନ୍ନ ପେରେଡ ଓ ପ୍ରତିଯୋଗିତାରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟ ଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତି ର ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରାଯାଇଥିଲା । ଅପରାହ୍ନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଉପଖଣ୍ଡ ପ୍ରଶାସନ ବନାମ ସାଧାରଣ ଜନତା ଙ୍କ ମଧ୍ୟରେ ଏକ ପ୍ରଦର୍ଶନୀ ଫୁଟବଲ୍‌ ମ୍ୟାଚ୍ ଆୟୋଜିତ ହେବା ପରେ ପରେ ସ୍ଵାଧୀନତା କପ୍ ଫୁଟବଲ୍‌ ଚାମ୍ପିୟାନ୍‌ ସିପ୍‌ର ଫାଇନାଲ୍ ମ୍ୟାଚ୍ ମଧ୍ୟ ଅନୁଷ୍ଠିତ ହୋଇଥିଲା l ଏହି ଉତ୍ସବରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ଶିବ ଶଙ୍କର ସମରଥ ପରିଚାଳନା କରିଥିବା ବେଳେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥବାସୀ ଘଡେ଼ଇ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

Related posts

ପ୍ରକାଶ ପାଇଲା କବିତା ପ୍ରତିଯୋଗିତାର ଫଳାଫଳ

masiha

ଲଗାଣ ବର୍ଷାରେ ମାଟିଘର ଭୁଷୁଡ଼ି ବ୍ୟକ୍ତିଙ୍କ ମ୍ରୁତ୍ୟୁ, ଘଟଣାସ୍ଥଳରେ ପହଞ୍ଚିଲେ ପୁଲିସ ଓ ଜନ ପ୍ରତିନିଧି

masiha

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!