ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଜୁ ଜନତା ଦଳ ପକ୍ଷରୁ ପୂର୍ବତନ ବିଧାୟକ ତଥା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀଙ୍କ ସ୍ମୃତି ଚାରଣ ଓ ଶ୍ରଦ୍ଧାଞ୍ଜଳି

ବିଜୁ ଜନତା ଦଳ ପକ୍ଷରୁ ପୂର୍ବତନ ବିଧାୟକ ତଥା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀଙ୍କ ସ୍ମୃତି ଚାରଣ ଓ ଶ୍ରଦ୍ଧାଞ୍ଜଳି

ପୂର୍ବତନ ଲାଞ୍ଜିଗଡ଼ ବିଧାୟକ ତଥା ପୂର୍ବତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଭବାନୀପାଟଣା ଠାରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ତାଙ୍କର ଆତ୍ମାର ସଦଗତି କାମନା କରି ୨ମି ପାଇଁ ନିରବ ପ୍ରାର୍ଥନା କରାଯିବା ସହ ତାଙ୍କ ସ୍ମୃତି ଚାରଣ କରାଯାଇଛି ।ରାଜନୀତିରେ ନିଜର କ୍ୟାରିୟର ଆରମ୍ଭ କରି ନୂତନ ନିର୍ବାଚନ ମଣ୍ଡଳୀ ଗଠନ ପରେ ସେ ୨୦୦୯ ମସିହାରୁ ୨୦୧୪ ପର୍ଯ୍ୟନ୍ତ ଲାଞ୍ଜିଗଡ଼ର ପ୍ରଥମ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଲାଞ୍ଜିଗଡ଼ ଓ ଥୁଆମୂଳ ରାମପୁରର ଆଦିବାସୀ ବହୁଳ ଓ ଦୁର୍ଗମ ଅଞ୍ଚଳର ବିକାଶ ପାଇଁ କାର୍ଯ୍ୟ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଛାତ୍ର ବିଜେଡି ସଭାପତି ଇପ୍ସିତା ସାହୁ ଯୋଗଦେଇ ଶିବାଜୀ ମାଝୀଙ୍କ ଅକାଳ ବିୟୋଗ ବିଜୁ ଜନତା ଦଳ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଗୋବର୍ଦ୍ଧନ ଦାସ, ବରିଷ୍ଠ ନେତା ପ୍ରଦୀପ ମୁଣ୍ଡ, ଜିଲ୍ଲା ଯୁବ ସଭାପତି ଅବିନାଶ ଠାକୁର, ମହିଳା ଜୋନ ସଭାନେତ୍ରୀ ଲଳିତା ନାଏକ, ରାଜ୍ୟ ସମ୍ପାଦକ ଆଦିତ୍ୟ ନନ୍ଦ, ରାଜ୍ୟ ଯୁବ ବରିଷ୍ଠ ଉପସଭାପତି ମଣ୍ଟୁ ନାଏକ, ରାଜ୍ୟ ଯୁବ ଉପ ସଭାପତି ମନିନ୍ଦ୍ର ମହାନ୍ତି, ରାଜ୍ୟ ଛାତ୍ର ବିଜେଡି କାର୍ଯ୍ୟକାରୀ ସଭାପତି ବାବୁ ଖାନ୍, ଜିଲ୍ଲା ଛାତ୍ର ବିଜେଡି ସଭାପତି ଅଜିତ ସାହୁ, ଜିଲ୍ଲା ମହିଳା ସଭାନେତ୍ରୀ ସବିତା ପ୍ରଧାନ, ପ୍ରଶାନ୍ତ ନାଏକ, ଜଜାତୀ ନାଏକ, ବଦ୍ରିନାରାୟଣ ପଟ୍ଟନାୟକ, ପୂର୍ବତନ ନଗରପାଳ ସଞ୍ଜୁକ୍ତା ବେହେରା, ଅବଦୁଲ କାଦୀର, ସମୀତା ନାୟକ, କ୍ଷିରସିନ୍ଧୁ ନାଏକ, ନୀହାର ମିଶ୍ର, ସେନାପତି ନାଏକ, ଶିବା ସାହୁ, ନିଳାମ୍ବର ସାହୁ, ରଞ୍ଜୁକ୍ତା ପ୍ରଧାନ, ପରମାନନ୍ଦ ମାଝୀ, ଗଣେଶ ବାଗ, ପ୍ରତିଭା ଚୋହାନ, ମାନସ ସିନ୍ଦୂର, ଭୋଲା ନାଥ ନାଗ, ରବିଚନ୍ଦ୍ର ନାଏକ ପ୍ରମୁଖ ଯୋଗଦେଇଥିଲେ।

Related posts

ଷ୍ଟେଚରରେ ୨ କିଲୋମିଟର ବୁହା ହେଲେ ଗର୍ଭବତୀ 

Sunil Chandra Nayak

କଳାହାଣ୍ଡିରେ ପୁସ୍ତକମେଳା ଆୟୋଜନ ପାଇଁ ‘ଲାଇଫ୍‌ରେଚର୍‌’ର ଦାବି

masiha

ଝରୀଗାଁ ନିର୍ବାଚନ ମଣ୍ଡଳୀରୁ ସରକାରୀ ବସ ଚଳାଚଳ ଓ +୩ବିଜ୍ଞାନ କଲେଜ ପାଇଁ ବିଧାୟକଙ୍କ ଦାବୀ 

masiha

Leave a Comment

error: Content is protected !!