ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲିଶଙ୍କରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବାଲିଶଙ୍କରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୨୪/୦୮/୨୬: ବାଲିଶଙ୍କରା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

   ଆଜି ମୋଟ ୬୮ ଗୋଟି ଅଭିଯୋଗ ରହିଥିଲା। ସେଥି ମଧ୍ୟରୁ ୩୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୨୬ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୦ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୮ ଗୋଟି ଆବେଦନ ରହିଥିଲା। 

   ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଦଶମ ବାର୍ଷିକ ରଜ ମହୋତ୍ସବ – ୨୦୨୫ ମହା ସମାରୋହ ରେ ଅନୁଷ୍ଠିତ

masiha

କାଲୋପଳା ମହିଚଲା ରାସ୍ତାରେ ମର୍ମନ୍ତୁ ଦୁର୍ଘଟଣା ,୧ ମୃତ

Sunil Chandra Nayak

ସମ୍ପନ ହେଲା ଚନ୍ଦାହାଣ୍ଡି ଠାରେ ରାଷ୍ଟ୍ର ଜାଗରଣ ଓ 108 କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ

masiha

Leave a Comment

error: Content is protected !!