ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନିଶାମୁକ୍ତ ଅଭିଯାନ: ଛାତ୍ରଛାତ୍ରୀଙ୍କୁ ନିଶାର କୁପରିଣାମ ସମ୍ପର୍କରେ ସଚେତନ କଲା ରାୟଗଡ଼ା ପୋଲିସ

ନିଶାମୁକ୍ତ ଅଭିଯାନ: ଛାତ୍ରଛାତ୍ରୀଙ୍କୁ ନିଶାର କୁପରିଣାମ ସମ୍ପର୍କରେ ସଚେତନ କଲା ରାୟଗଡ଼ା ପୋଲିସ

ରାୟଗଡ଼ା: ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ଚାଲିଥିବା “ନିଶାମୁକ୍ତ ଅଭିଯାନ” ଅନ୍ତର୍ଗତ ରାୟଗଡ଼ା ପୋଲିସ ପକ୍ଷରୁ ଚାନ୍ଦିଲି ଥାନା ଅଞ୍ଚଳର ବଡ଼ଚାନ୍ଦିଲିସ୍ଥିତ ଗୋପବନ୍ଧୁ ଦ୍ୱିଭାଷୀ ଉଚ୍ଚ ବିଦ୍ୟାଳୟ ଏବଂ ଚିନାସାରସ୍ଥିତ ନେତାଜୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ରାୟଗଡ଼ା ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଚାନ୍ଦିଲି ଥାନା ଆଇଆଇସି ଉତ୍ତମ କୁମାରଙ୍କ ନେତୃତ୍ୱରେ ପୋଲିସ କର୍ମଚାରୀମାନେ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ନିଶାଦ୍ରବ୍ୟ ସେବନର ଭୟାବହ ପରିଣାମ ସମ୍ପର୍କରେ ବୁଝାଇଥିଲେ। ନିଶା ସେବନ ଦ୍ୱାରା ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ନଷ୍ଟ ହେବା ସହିତ ପରିବାର ଓ ସମାଜ ଉପରେ ଏହାର ନକାରାତ୍ମକ ପ୍ରଭାବ ପଡ଼ୁଥିବା ନେଇ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯାଇଥିଲା।

ପୋଲିସ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ନିଶାଠାରୁ ଦୂରେଇ ରହିବା ସହ ସୁସ୍ଥ ଓ ଶୃଙ୍ଖଳିତ ଜୀବନଯାପନ କରିବାକୁ ପରାମର୍ଶ ଦିଆଯାଇଥିଲା। ଏଥିସହ ନିଜେ ନିଶାମୁକ୍ତ ରହିବା ସହ ପରିବାର, ସାଙ୍ଗସାଥୀ ଓ ସମାଜରେ ନିଶା ବିରୋଧୀ ସଚେତନତାର ବାର୍ତ୍ତା ପହଞ୍ଚାଇବାକୁ ଆହ୍ୱାନ ଦିଆଯାଇଥିଲା।

ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଥିଲା। ଯୁବପିଢ଼ିଙ୍କୁ ନିଶାର କବଳରୁ ରକ୍ଷା କରିବା ପାଇଁ ଏଭଳି ସଚେତନତାମୂଳକ କାର୍ଯ୍ୟକ୍ରମ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

“ନିଶାକୁ ନା, ଜୀବନକୁ ହଁ”—ଏହି ବାର୍ତ୍ତା ସହ ଏକ ସୁସ୍ଥ, ସୁରକ୍ଷିତ ଓ ନିଶାମୁକ୍ତ ସମାଜ ଗଠନ ପାଇଁ ରାୟଗଡ଼ା ପୋଲିସର ଏହି ପଦକ୍ଷେପକୁ ସ୍ୱାଗତ କରାଯାଇଛି।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ପୋଲରେ ବାଡ଼ ନ ଥିବାରୁ ଅନେକ ଦୁର୍ଘଟଣା , ଦୁଇ ମାସରେ ତିନି ଦୁର୍ଘଟଣା ଜଣେ ମୃତ , ବିଭାଗୀୟ ଯନ୍ତ୍ରୀଙ୍କୁ ଜଣାଇଲେ ହଁ କହି ଚୁପ 

Sunil Chandra Nayak

ଲୁହାଶିଳା ଆର.କେ. କଲେଜରେ ଫିଟ ଇଣ୍ଡିଆ କାର୍ଯ୍ୟକ୍ରମ/ପ୍ରତିଯୋଗିତାର ଉଦଯାପନୀ ଉତ୍ସବ

masiha

ଅନ୍ତର୍ଜାତୀୟ ଆର୍ଟ ଅଫ ଗିଭିଙ୍ଗ ଡେ ପାଳନ

Leave a Comment

error: Content is protected !!