ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନନ୍ଦାହାଣ୍ଡି ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର 

ନନ୍ଦାହାଣ୍ଡି ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର 

ନବରଙ୍ଗପୁର:(ତା. ୩୧.୦୮.୨୦୨୬)(ରବି ନାରାୟଣ ମହାନ୍ତି)ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ଓ ଗୁଣାତ୍ମକ ସମାଧାନ ନିମନ୍ତେ ଆଜି ନନ୍ଦାହାଣ୍ଡି ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଆରକ୍ଷୀ ଅଧିକ୍ଷକ କାଶ୍ୟପ ପାର୍ଥ ଜଗଦୀଶ ଏବଂ ଅତିରିକ୍ତ ଜିଲ୍ଲାପାଳ ଡ଼ ପ୍ରମୋଦ କୁମାର ପୃଷ୍ଟିଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରୋଦ ଚନ୍ଦ୍ର ସାହୁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ।ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୨୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୩ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୨ଟି ସାମୂହିକ ଅଭିଯୋଗ ରହିଥିଲା। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୧୦ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ସହାୟତା କାର୍ଡ ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଇସ୍ପାତ ନଗରୀ ରେ ପହିଲିରଜ ଧୁମଧାମରେ ପାଳିତ

masiha

ଶିଶୁ ଅଧିକାର ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

ନିର୍ମଳ ମୁଣ୍ଡା ସ୍ମାରକୀ ବୌଦ୍ଧିକ ବକ୍ତୃତା ଶୃଙ୍ଖଳାର ପଞ୍ଚମ ଅର୍ଘ୍ୟ : ଭାରତୀୟ ସମ୍ବିଧାନ, ଅସମାନତା, ବିବିଧତା ଶୀର୍ଷକ ଆଲୋଚନା

masiha

Leave a Comment

error: Content is protected !!