ଶହୀଦ ନଗର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ଦିବସ ପାଳନ
ପବିତ୍ର ଗୁରୁ ଦିବସ ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ ଝରାଶ୍ରୀ ମହାପାତ୍ର ଦିଦିଙ୍କ ସଭାପତିତ୍ୱରେ ଆଜି ଶହୀଦ ନଗର ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ସ୍ୱତନ୍ତ୍ର ଉତ୍ସବ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁପ୍ରଭା ଶତପଥୀଙ୍କୁ ସମସ୍ତେ ସ୍ୱାଗତ କରି ସମ୍ବର୍ଦ୍ଧିତ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଗୁରୁ ବନ୍ଦନା ଗାନ କରି ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ପ୍ରଣାମ ଜଣାଇଥିଲେ।

