ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମାଆ କଟକ ଚଣ୍ଡୀ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ମୋହର

ଖର୍ଚ୍ଚ ହେବ ୭୦ କୋଟି

କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ଏଥିପାଇଁ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ। ଭକ୍ତମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ। ଏହାର କାମ ଏକ ବର୍ଷରେ ଶେଷ ହେବ।କଟକ ସହରର ସାମଗ୍ରିକ ବିକାଶରେ ଚଣ୍ଡୀ ମନ୍ଦିରର କୟାକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏ ଦିଗରେ କଟକ ବାସୀଙ୍କ ସକ୍ରିୟ ସହଯୋଗ କାମନା କରିଛନ୍ତି। ପୂର୍ତ୍ତ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ଯୋଜନା ଵିଷୟରେ ଏକ ଉପସ୍ଥାପନ କରାଯାଇଥିଲା।

ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ ସିସିଟିଭି ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଡିଡି ଓଡ଼ିଆ ଚାନେଲରେ ସଂପର୍କ, ରାଉରକେଲାର ନାଟକ ସନସେଟ୍ ଗେଷ୍ଟ ହାଉସ

Sunil Chandra Nayak

ଦେଶର ୩୧ ଆଞ୍ଚଳିକ ଦଳଙ୍କୁ ନେଇ ଏଡିଆର୍‌ ରିପୋର୍ଟ: ଆୟରେ ବିଜେଡି ତୃତୀୟ

ଲଖିରାମ ଅଗ୍ରଓ୍ୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ପ୍ରତିଷ୍ଠାତା ଓମ୍ ପ୍ରକାଶ ଅଗ୍ରଓ୍ୱାଲ ଙ୍କ ପ୍ରତିମା ସ୍ଥାପନ

Sunil Chandra Nayak

Leave a Comment

error: Content is protected !!