ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଷମକଟକ ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ବିଷମକଟକ ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

ବିଷମକଟକ /ଗୁଣପୁର / ରାୟଗଡ:- ତା.୨୧-୦୯-୨୦୨୬ରିଖ ଦିନ ବିଷମକଟକ ବ୍ଲକ ସଦଭାବନା ସଭାଗୃହ ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କଁହରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ବନଖଣ୍ଡ ଅଧିକାରୀ ଶ୍ରୀ ସଚିନ ଅନାସାହେବ ଓହଲ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ବିଶ୍ୱମ୍ବର ବେହେରା, ବିଷମକଟକ ତହସିଲଦାର କେ ଭେଙ୍କେଟସ୍ଵର ରେଡ୍ଡୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବ ପ୍ରସାଦ ପଟ୍ଟନାୟକ ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ। 

  ଆଜି ମୋଟ ୪୯ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୩୬ଟି ବ୍ୟକ୍ତିଗତ ଏବଂ ୧୩ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ କରି ସମ୍ପୃକ୍ତ ଅଧିକାରୀଙ୍କ ନିକଟକୁ ପ୍ରେରଣ କରି ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଗ୍ରହଣ କରାଯାଇଥିବା ବିବରଣୀ ଜିଲ୍ଲାପାଳଙ୍କ ଅବଗତ ନିମନ୍ତେ ରିପୋର୍ଟ ତୁରନ୍ତ ଦାଖଲ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ବିଷମକଟକ ଉପଖଣ୍ଡ ଅରକ୍ଷୀ ଅଧିକାରୀ ସନ୍ତୋଷିନୀ ହେମ୍ବ୍ରମ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ସମାଜ କଲ୍ୟାଣ ଅଧିକାରୀ ମିନତୀ ଦେଓଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଓଡ଼ିଆ ଭାଷା ବିକାଶ ମଞ୍ଚ ର ଫକୀର ମୋହନ ଜୟନ୍ତୀ ପାଳନ

Sunil Chandra Nayak

ଗାଁ ଗଣ୍ଡା ମାନଙ୍କରେ ଉଜ୍ଵିଵୀତ ରହିଥିବା ଗ୍ରାମୀଣ ସଂସ୍କୃତିର ଦୁର୍ଲଭ ଚିତ୍ର 

masiha

ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଲା_ପ୍ରାଥମିକଶିକ୍ଷକ ସଂଘ ଏକ୍ସ କ୍ୟାଡର 

Sunil Chandra Nayak

Leave a Comment

error: Content is protected !!