ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ପ୍ରତିମୂର୍ତ୍ତିରେ ସାମୂହିକ ମାଲ୍ୟାର୍ପଣ ସହ ସର୍ବଧର୍ମ ପ୍ରାର୍ଥନା ସଭା

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ପ୍ରତିମୂର୍ତ୍ତିରେ ସାମୂହିକ ମାଲ୍ୟାର୍ପଣ ସହ ସର୍ବଧର୍ମ ପ୍ରାର୍ଥନା ସଭା
ବକ୍ତୃତା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ପୁରସ୍କୃତ

ରାଇରଙ୍ଗପୁର ( -୦୨/୧୦):    ଵାରିପଦାର ସ୍ଥାନୀୟ ଗାନ୍ଧୀ ପାର୍କଠାରେ ଜିଲ୍ଲା ପ୍ରଶାସନର ତତ୍ତ୍ୱାବଧାନରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ବାରିପଦା ପୌରପାଳିକାର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଜିଲ୍ଲାପାଳ ହେମକାନ୍ତ ସୟ୍ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାରତୀ ହାଁସଦା ମୁଖ୍ୟ ଅତିଥି ଏବଂ ବାରିପଦା ପୌରପାଳିକା ଅଧ୍ୟକ୍ଷ ଶ୍ରୀ କୃଷ୍ଣାନନ୍ଦ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ଜୟନ୍ତୀ ଅବସରରେ ମହାତ୍ମା ଗାନ୍ଧୀ, ଲାଲ୍ ବାହାଦୂର ଶାସ୍ତ୍ରୀ ଓ କସ୍ତୁରବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ସାମୂହିକ ମାଲ୍ୟାର୍ପଣ କରାଯାଇଥିଲା । ନିମନ୍ତ୍ରିତ ଅତିଥି ଓ ବିଭିନ୍ନ ପ୍ରଶାସନିକ ଅଧିକାରୀମାନେ ପ୍ରତିମୂର୍ତ୍ତିଗୁଡ଼ିକରେ ମାଲ୍ୟାର୍ପଣ କରି ମହାନ ବ୍ୟକ୍ତିତ୍ୱମାନଙ୍କ ପ୍ରତି ଶ୍ରଦ୍ଧା ଜ୍ଞାପନ କରିଥିଲେ ।ଏହାପରେ ଗାନ୍ଧୀ ପାର୍କଠାରେ ସର୍ବଧର୍ମ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ‘ପ୍ରତିଶ୍ରୁତି’ ପତ୍ରିକାର ସମ୍ପାଦକ ଡ. ଭାଗବତ ପଣ୍ଡା ଶ୍ରୀମଦ୍ଭାଗବଦ୍ ଗୀତାର ନୀତିବାଣୀ ପାଠ କରିଥିବା ବେଳେ ମୌଲାନା ତାହିର ହବିବ୍ ଅଲ୍ଲୀ କୋରାନ୍‌ର କିୟଦଂଶ ପାଠ କରିଥିଲେ । ଏହି ସର୍ବଧର୍ମ ପ୍ରାର୍ଥନା ମାଧ୍ୟମରେ ଶାନ୍ତି, ସହିଷ୍ଣୁତା ଓ ସାମ୍ପ୍ରଦାୟିକ ସଦ୍‌ଭାବର ବାର୍ତ୍ତା ପ୍ରସାର କରାଯାଇଥିଲା ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପୂର୍ବରୁ ଆୟୋଜିତ ବକ୍ତୃତା ପ୍ରତିଯୋଗିତାରେ କୃତୀ ବିବେଚିତ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ତଥା ଉପସ୍ଥିତ ପ୍ରଶାସନିକ ଅଧିକାରୀ ମାନଙ୍କ ଦ୍ୱାରା ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଏହି ଅବସରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକ, ବାରିପଦା ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଦେବୀପ୍ରସାଦ ରାଉତଙ୍କ ସମେତ ପୌରପାଳିକାର କାଉନସିଲରମାନେ ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟାଙ୍କ ପରିଚାଳନାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଏବଂ ବାରିପଦା ପୌରପାଳିକାର କର୍ମଚାରୀମାନେ କାର୍ଯ୍ୟକ୍ରମର ସୁପରିଚାଳନାରେ ସହଯୋଗ କରିଥିଲେ ।

ରାଇରଙ୍ଗପୁର ରୁ ଅକ୍ଷୟ ବିଶ୍ୱାଳ 

Related posts

ଧୋବେନପଡା ଠାରେ ବିଦ୍ୟାଳୟ ଓ ଗୋଷ୍ଠି ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ଉପମୁଖ୍ୟମନ୍ତ୍ରୀ ଙ୍କ ଅଙ୍ଗନୱାଡ଼ି କର୍ମୀ ଓ ସୁପରଭାଇଜରମାନଙ୍କ ସହ ଏକ ବିସ୍ତୃତ ସମୀକ୍ଷା ଓ ଆଲୋଚନା ସଭା

Sunil Chandra Nayak

ତିରିଂରେ ଜଳାଶୟରେ ବୃଦ୍ଧଙ୍କ ସଲିଳ ସମାଧି

masiha

Leave a Comment

error: Content is protected !!