ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ ମୋଟ ୨୭୫ ଗୋଟି ଅଭିଯୋଗର ହେଲା ଶୁଣାଣି

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

ମୋଟ ୨୭୫ ଗୋଟି ଅଭିଯୋଗର ହେଲା ଶୁଣାଣି 

ରାଇରଙ୍ଗପୁର: (୦୫/୧୦):               ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦାରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଜିଲ୍ଲାପାଳ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।           ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରା, ବାରିପଦା ଉପ-ଜିଲ୍ଲାପାଳ କସ୍ତୁରୀ ପଣ୍ଡା, ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ଡା. ବିଜୟ କୁମାର ଦାସ, ବାରିପଦା ବନଖଣ୍ଡ ଅଧିକାରୀ ଗୋବିନ୍ଦ ଚନ୍ଦ୍ର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।             ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୭୫ ଗୋଟି ଅଭିଯୋଗର ଶୁଣାଣି କରାଯାଇଛି । ଏଥିରେ ୨୩୬ ଗୋଟି ବ୍ୟକ୍ତିଗତ ସମସ୍ୟା ଆଧାରିତ ଥିବାବେଳେ ୩୯ ଗୋଟି ଗ୍ରାମ୍ୟ ସମସ୍ୟା ଆଧାରିତ ଅଭିଯୋଗ ହୋଇଛି । ଏହାସହ ୧୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଓ ୨ ଜଣଙ୍କୁ ରେଡକ୍ରସ୍ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ସେହିପରି ଆଜିର ଜନ ଅଭିଯୋଗ ଶୁଣାଣିରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ସୟ୍ ନିର୍ଦ୍ଦେଶ ଦେଇଛନ୍ତି ।

           ଜନ ଅଭିଯୋଗ ଶୁଣାଣୀ ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରି ସଫଳ କରିଥିଲେ ।

ରାଇରଙ୍ଗପୁର ରୁ ଅକ୍ଷୟ ବିଶ୍ୱାଳ 

Related posts

ଗଭୀର ଅବପାତ ପରିସ୍ଥିତିର ମୁକାବିଲା ପାଇଁ କଳାହାଣ୍ଡି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଆଜି ମାନ୍ୟବର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଦ୍ୱାରା ଦକ୍ଷିଣ ଓଡ଼ିଶା ଜିଲ୍ଲାପାଳଙ୍କୁ ନେଇ ସମୀକ୍ଷା ବୈଠକ

Sunil Chandra Nayak

ପ୍ରଥମ ଥର ପାଇଁ ରାୟଗଡା ଠାରେ ମା ମଝିଘରିଆଣି ଏଣ୍ଟରଟେନମେଣ୍ଟ ଟ୍ରଷ୍ଟ ପକ୍ଷରୁ ସଫଳତାର ସହ ଅନୁଷ୍ଠିତ ହେଲା ରାୟଗଡା ଟେଲେଣ୍ଟ ଆୱାର୍ଡ 2024

masiha

ରୂପାନ୍ତରିତ ଓଡ଼ିଶା ର ସଚେତନତା କାର୍ଯକ୍ରମ 

masiha

Leave a Comment

error: Content is protected !!