ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସରେ ରୋଗୀଙ୍କୁ ଫଳ ବଣ୍ଟନ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସରେ ରୋଗୀଙ୍କୁ ଫଳ ବଣ୍ଟନ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ରାୟଗଡ଼ା, ୧୦।୧୦: ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡ଼ା ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ସହ ରୋଗୀ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ଶ୍ରୀ ଦାମୋଦର ରଥଙ୍କ ପରାମର୍ଶକ୍ରମେ ଶନିବାର ସକାଳ ୯ଟା ସମୟରେ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାୟଗଡ଼ାର ମନୋରୋଗ ବିଶେଷଜ୍ଞ ଡାକ୍ତର ରାକେଶ ପାଢ଼ୀଙ୍କ ସମେତ ଅନ୍ୟ ଡାକ୍ତର, ପାରା ଲିଗାଲ୍ ଭଲ୍ୟୁଣ୍ଟିୟର (ପିଏଲ୍‌ଭି) କୁମାରୀ ବାଡ଼ତ୍ୟା ଓ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଉପସ୍ଥିତ ଅତିଥିମାନେ ଚିକିତ୍ସାଳୟର ମେଡିସିନ୍ ୱାର୍ଡରେ ଚିକିତ୍ସାଧୀନ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ। ରୋଗୀମାନଙ୍କ ପ୍ରତି ସ୍ନେହ, ସହାନୁଭୂତି ଓ ମାନବିକତାର ଭାବନା ପ୍ରକାଶ କରିବା ସହ ମାନସିକ ସ୍ୱାସ୍ଥ୍ୟର ଗୁରୁତ୍ୱ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏବଂ ଚିକିତ୍ସାଳୟର ରୋଗୀ, ଅତିଥି ଓ କର୍ମଚାରୀଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମଟି ସଫଳତାର ସହ ସମାପିତ ହୋଇଥିଲା।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଜୱାହାର ନବୋଦୟ ବିଦ୍ୟାଳୟ ଚୟନ ପରୀକ୍ଷା

masiha

ରାୟଗଡାରେ ଚତୁର୍ଥ ରାଷ୍ଟ୍ରୀୟ ଲୋକଅଦାଲତ ରେ ୧୭୬୦ ଟି ମାମଲା ଫଇସଲା ହୋଇ ଜୋରିମାନା ବାବଦକୁ ୫୬୧୩୯୦୦ ଟଙ୍କା ଆଦାୟ ହୋଇଛି

masiha

ଖାତିଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

masiha

Leave a Comment

error: Content is protected !!