ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନିଶାମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ସଚେତନତାମୂଳକ ପଥପ୍ରାନ୍ତ ନାଟକ ପରିବେଷଣ

ନିଶାମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ସଚେତନତାମୂଳକ ପଥପ୍ରାନ୍ତ ନାଟକ ପରିବେଷଣ

ଭବାନୀପାଟଣା, ୧୬ ଅକ୍ଟୋବର: ନିଶାମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ନିଶା ସେବନର କୁପରିଣାମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ CTE ଭବାନୀପାଟଣା ପକ୍ଷରୁ ଏକ ସଚେତନତାମୂଳକ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା।

ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ପାତ୍ରଙ୍କ ମାର୍ଗଦର୍ଶନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ନାଟକର ନିର୍ଦ୍ଦେଶନା ଶ୍ରୀମତୀ ଐଶ୍ୱର୍ଯ୍ୟା ପ୍ରିୟଦର୍ଶିନୀ ପତି ଦେଇଥିଲେ। ନାଟକ ମାଧ୍ୟମରେ ନିଶା ସେବନର ଭୟାବହ ପରିଣାମ, ଏହାର ସାମାଜିକ କୁପ୍ରଭାବ ଏବଂ ଯୁବପିଢ଼ିଙ୍କୁ ନିଶାଠାରୁ ଦୂରେଇ ରଖିବାର ଆବଶ୍ୟକତା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା। ନାଟକ ଶେଷରେ ସମସ୍ତେ ଶପଥ ଗ୍ରହଣ କରି ଥିଲେ।ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ (DSSO) ଶ୍ରୀ ଦିନେଶ କୁମାର କହଁର ଏବଂ CTE ଭବାନୀପାଟଣା ର ଅଧ୍ୟାପକ ବୃନ୍ଦ ଶ୍ରୀ ରାକେଶ ବେହେରା, ଶ୍ରୀ ଘନଶ୍ୟାମ ସାହୁ, ଶ୍ରୀ ଦୀପକ ବେହେରା, ଶ୍ରୀ ମାଣିକେଶ୍ୱରୀ ମହାପାତ୍ର ଉପସ୍ଥିତ ଥିଲେ।

ଏହି ପଥପ୍ରାନ୍ତ ନାଟକରେ କଲେଜ ର ଛାତ୍ର ଛାତ୍ରୀ -ଅଜିତ କୁମାର ହେର୍ଣ୍ଣା, ମୁକେଶ ନାଏକ, ଅମିୟ ରଞ୍ଜନ ନାଏକ, କହ୍ନା ସୁନାନୀ, ଦେବ କୁମାର ରଣା, ସୁମନ କୁମାର ସାହୁ, ମନୋଜ ଭୂଏ, ଟୁନା ସବର, ତ୍ରୟୋଶ ନାଏକ, ଅଜୟ କୁମାର ସାଗରିଆ, ନିହାର ରଞ୍ଜନ ଦାଶ, ଗରୁଡ଼ ବେହେରା, ବାସୁଦେବ ବାଗ, କରଣ ସାହୁ, ବର୍ଷାରାଣୀ ପଧାନ ଓ ହରିପ୍ରିୟା ଦଣ୍ଡସେନା ପ୍ରମୁଖ ଅଭିନୟ କରିଥିଲେ। ଅନ୍ୟତମ ଛାତ୍ର ଛାତ୍ରୀ ମାନେ ପୋଷ୍ଟର ପ୍ରଦର୍ଶନୀ ରେ ଅଂଶ୍ରହଣ କରି ଥିଲେ। 

କାର୍ଯ୍ୟକ୍ରମର ସଫଳ ଆୟୋଜନ ଓ ପରିଚାଳନାରେ ମହାବିଦ୍ୟାଳୟର ଅନ୍ୟ ଅଧ୍ୟାପକ-ଅଧ୍ୟାପିକା ଓ କର୍ମଚାରୀମାନେ ସକ୍ରିୟ ସହଯୋଗ କରିଥିଲେ। ସେମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ସମ୍ପନ୍ନ ହୋଇଥିଲା।

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ନିଶାମୁକ୍ତ ସମାଜ ଗଠନ, ଯୁବପିଢ଼ିଙ୍କୁ ନିଶାର କୁପ୍ରଭାବରୁ ସୁରକ୍ଷିତ ରଖିବା ଏବଂ ଏକ ସୁସ୍ଥ ଓ ସଚେତନ ସମାଜ ଗଠନ ଦିଗରେ ସାମୂହିକ ପ୍ରୟାସର ଆବଶ୍ୟକତା ଉପରେ ଗୁରୁତ୍ୱ ଦିଆଯାଇଥିଲା।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ୍ 

Related posts

ବିଧାୟକଙ୍କ ମଦ ବିକ୍ରି ଲଢେଇ ବିଫଳ, କର୍ମୀ ହତାଶ , ଭାଟି ଖୋଲିଲା ପ୍ରଶାସନ 

masiha

ମୁଖ୍ୟମନ୍ତ୍ରୀ ଙ୍କ କରକମଳରେ ରାୟଗଡ଼ ଜିଲ୍ଲା ର ତିନୋଟି ଆମ ହସପିଟାଲ ଲୋକାର୍ପିତ 

masiha

ନିଶାମୁକ୍ତ ଭାରତ ଅଭିଯାନ 

Sunil Chandra Nayak

Leave a Comment

error: Content is protected !!