ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ଼ା ଦ୍ୱିତୀୟ କ୍ଲଷ୍ଟରରେ ସୁରଭି ଉତ୍ସବ ୧୪ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା; କୃତୀ ଶିକ୍ଷାର୍ଥୀଙ୍କୁ ପୁରସ୍କୃତ

ରାୟଗଡ଼ା ଦ୍ୱିତୀୟ କ୍ଲଷ୍ଟରରେ ସୁରଭି ଉତ୍ସବ

୧୪ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା; କୃତୀ ଶିକ୍ଷାର୍ଥୀଙ୍କୁ ପୁରସ୍କୃତ

ରାୟଗଡ଼ା, ତାରିଖ। ରାୟଗଡ଼ା ପୌରାଞ୍ଚଳର ଦ୍ୱିତୀୟ କ୍ଲଷ୍ଟରସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ବୁଧବାର ସ୍ଥାନୀୟ ବ୍ରାହ୍ମଣ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ କ୍ଲଷ୍ଟର ଅଧୀନରେ ଥିବା ୧୪ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।

ଉଦ୍‌ଘାଟନୀ ଉତ୍ସବରେ ପିଏମ୍‌ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନମିତା ପଧାନ, ଜିବିଏମ୍‌ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିହାରିକା ବିଡ଼ିକା, ସ୍ଥାନୀୟ କାଉନସିଲର ଶୁଭ୍ରା ପଣ୍ଡା, ବ୍ରାହ୍ମଣ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପଦ୍ମଲତା ମିଶ୍ର ଏବଂ ସିଆର୍‌ସିସି ପୁରନ୍ଦର ପାଣି ପ୍ରମୁଖ ମଞ୍ଚାସୀନ ଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀମାନେ ବିଭିନ୍ନ ବର୍ଗର ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜର ଦକ୍ଷତା ଓ ସୃଜନଶୀଳତା ପ୍ରଦର୍ଶନ କରିଥିଲେ। ପରବର୍ତ୍ତୀ ସମୟରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ସୁରଭି ମଞ୍ଚ ଉତ୍ସବମୁଖର ହୋଇଉଠିଥିଲା।

ଉଦ୍‌ଯାପନୀ ଉତ୍ସବରେ ଅତିଥିମାନେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଶିକ୍ଷାର୍ଥୀଙ୍କୁ ପ୍ରମାଣପତ୍ର ସହ ପୁରସ୍କୃତ କରିଥିଲେ। ଏଥିସହ ଉପସ୍ଥିତ ସମସ୍ତ ଅତିଥି ଓ ପ୍ରଧାନ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା।

ଶିକ୍ଷକ ଅରୁଣ ଆଚାର୍ଯ୍ୟ ମଞ୍ଚ ପରିଚାଳନା କରିଥିବାବେଳେ କାର୍ଯ୍ୟକ୍ରମର ସଫଳ ଆୟୋଜନରେ କ୍ଲଷ୍ଟରର ଶିକ୍ଷକ-ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ। କ୍ଲଷ୍ଟରସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଶିକ୍ଷାର୍ଥୀମାନେ ଆଗାମୀ ଦିନରେ ବ୍ଲକ୍‌ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ବୋଲି ସିଆର୍‌ସିସି ପୁରନ୍ଦର ପାଣି ସୂଚନା ଦେଇଛନ୍ତି।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

masiha

ଶିଶୁଙ୍କ ପାଇଁ ଦିନଟିଏ , ବାଲ୍ୟ ବିବାହ ନିରୋଧ ଓ ବେଟି ବଚାଓ ବେଟି ପଢ଼ାଓ ର ଟାସ୍କ ଫୋର୍ସ ବୈଠକ

masiha

ଆର୍.କେ. ଜୁନିଅର କଲେଜରେ ସମ୍ବିଧାନ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!