ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରବଳ ବର୍ଷା ଆଶଙ୍କା: କଳାହାଣ୍ଡି ଜିଲ୍ଲାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ପ୍ରବଳ ବର୍ଷା ଆଶଙ୍କା: କଳାହାଣ୍ଡି ଜିଲ୍ଲାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗର ଏହି ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ସର୍ବାଧିକ ଗୁରୁତ୍ୱ ଦେଇ ଆସନ୍ତାକାଲି ଗୁରୁବାର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି।

ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ କଳାହାଣ୍ଡି ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପତ୍ର ସଂଖ୍ୟା (ନଂ-୭୬୬୭) ଜାରି କରାଯାଇ ଏହି ସୂଚନା ପ୍ରଦାନ କରାଯାଇଛି। ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲାରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ, ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ ସମେତ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଆଜି ବନ୍ଦ ରହିବ।

ତେବେ ଏହି ଛୁଟି କେବଳ ଛାତ୍ରଛାତ୍ରୀମାନଙ୍କ ପାଇଁ ପ୍ରଯୁଜ୍ୟ ହେବ। ଶିକ୍ଷକ ଏବଂ ଅନ୍ୟାନ୍ୟ କର୍ମଚାରୀମାନେ ନିୟମିତ ଭାବେ ବିଦ୍ୟାଳୟକୁ ଆସି ସେମାନଙ୍କର ବାକି ରହିଥିବା ସରକାରୀ କାର୍ଯ୍ୟଗୁଡ଼ିକୁ ସମ୍ପାଦନ କରିବେ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପରିବେଶର କେନ୍ଦ୍ରବିନ୍ଦୁ ଗଦଗଦି ଘାଟ

masiha

ସୋଲାର ପମ୍ପ ପାଣି ଟାଙ୍କି ଫାଟିଲା ! ଅଳ୍ପକେ ବର୍ତିଲା ବାଳକ କ୍ରୀଷ୍ଣ ମାଝୀ

Sunil Chandra Nayak

ଏସ୍ ଟି ଏସ୍ ସି ନିର୍ଯାତନା ଆଇନ ସଂଶୋଧନ ଆଦେଶ ପ୍ରତ୍ୟାହାର ଦାବିରେ ଅଲ୍ ଓଡ଼ିଶା ସିଡୁଲ୍ଡ କାଷ୍ଟ ଫେଡରେସନର ଦାବୀପତ୍ର

Sunil Chandra Nayak

Leave a Comment

error: Content is protected !!