ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବୋଡ଼େନରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି, ୭୦ଟି ଅଭିଯୋଗ ପଞ୍ଜୀକୃତ

ବୋଡ଼େନରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି, ୭୦ଟି ଅଭିଯୋଗ ପଞ୍ଜୀକୃତ

ନୂଆପଡ଼ା,(ସୁଜିତ କୁମାର ପ୍ରଧାନ )ନୂଆପଡା ବୋଡ଼େନ ବ୍ଲକ ସଭାଗୃହଠାରେ ଜିଲ୍ଲାପାଳ ଅନ୍ୟା ଦାସ ଏବଂ ଆରକ୍ଷୀ ଅଧୀକ୍ଷକ ତପନ ନାରାୟଣ ରଥଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

ଶିବିରରେ ମୋଟ ୭୦ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ୫୧ଟି ବ୍ୟକ୍ତିଗତ ଏବଂ ୧୯ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ଉପସ୍ଥିତ ଅଭିଯୋଗକାରୀଙ୍କଠାରୁ ବିଭିନ୍ନ ସମସ୍ୟା ସମ୍ପର୍କରେ ଶୁଣିବା ସହ ଅଭିଯୋଗଗୁଡ଼ିକର ଗୁରୁତ୍ୱ ଅନୁଯାୟୀ ତ୍ୱରିତ ଓ ନ୍ୟାୟୋଚିତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।ଏହି ଅବସରରେ ବ୍ଲକ ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଶିବିର ସହ ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜନ କରାଯାଇଥିଲା। ଏଥିରେ ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସହ ଆବଶ୍ୟକ ଚିକିତ୍ସା ଓ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଇଥିଲା।

ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଲମ୍ବୋଦର ଧରୁଆ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ୍ ଖାଁ, ଉପଜିଲ୍ଲାପାଳ ସୁର୍ମି ସୋରେନ ଏବଂ ବ୍ଲକ ଅଧ୍ୟକ୍ଷା ପ୍ରେମଶିଳା ନାଗ ପ୍ରମୁଖ ଉପସ୍ଥିତ ଥିଲେ। ଡେପୁଟି ଜିଲ୍ଲାପାଳ ଶେଖ ନସିମ୍, ବୋଡ଼େନ ବିଡିଓ ଚିନ୍ମୟ ସାଗର ଏବଂ ତହସିଲଦାର ସରିତା ଗୁପ୍ତା ଶିବିର ପରିଚାଳନାରେ ସହଯୋଗ କରିଥିଲେ।ଏଥିରେ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭାଗୀୟ ଯନ୍ତ୍ରୀ, ଲାଇନ୍ ବିଭାଗର ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କ ସମେତ ବହୁ ସଂଖ୍ୟାରେ ଜନସାଧାରଣ ଓ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇଥିଲେ।

 

Related posts

ବ୍ଲକ୍ ସ୍ତରୀୟ ମାଣ୍ଡିଆ ମଣ୍ଡିର ଶୁଭ ଉଦ୍ଘାଟନ, ତେନ୍ତୁଳିଖୁଣ୍ଟି

masiha

ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଉପଲକ୍ଷେ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଆସନ୍ତା ୨୪ ରେ

masiha

ଚଳନାରେ ମା’ ଦୁର୍ଗାଙ୍କ ନବମୀ ପୂଜା ମହାଆଡ଼ମ୍ବରରେ ପାଳିତ

Sunil Chandra Nayak

Leave a Comment

error: Content is protected !!