ଜିଲ୍ଲା ପରିଷଡ଼ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ
ନବରଙ୍ଗପୁର:(୧୧ ନଭେମ୍ବର ୨୦୨୬)(ରବି ନାରାୟଣ ମହାନ୍ତି)ଶ୍ରୀ ପ୍ରକାଶ ଚନ୍ଦ୍ର ପ୍ରଧାନ ଆଜି ନବରଙ୍ଗପୁର ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଶ୍ରୀ ପ୍ରଧାନ ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋଲକ ଚନ୍ଦ୍ର ମଲ୍ଲିକଙ୍କ କାର୍ଯ୍ୟାଳୟରେ ଓଏସଡ଼ି ଭାବେ କାର୍ଯ୍ୟରତ ଥିଲେ। ଦାୟିତ୍ୱ ଗ୍ରହଣ ପରେ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଜିଲ୍ଲାରେ ବିଭିନ୍ନ ଗ୍ରାମୀଣ ଉନ୍ନୟନ କାର୍ଯ୍ୟକ୍ରମ ତଥା ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର ତୃଣମୂଳ ସ୍ତରରେ ସଫଳ ରୂପାୟନ ଓ ନିୟମିତ ତଦାରଖକୁ ପ୍ରାଥମିକତା ଦିଆଯିବ। ବ୍ଲକ ଉନ୍ନୟନ ଅଧିକାରୀ, ଗ୍ରାମ ପଞ୍ଚାୟତ ଏବଂ କ୍ଷେତ୍ରସ୍ତରୀୟ କର୍ମଚାରୀଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ସମୟୋଚିତ ସମ୍ପାଦନ ଓ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବା ଉପରେ ଗୁରୁତ୍ୱ ଦିଆଯିବ।ସେ ଆହୁରି କହିଛନ୍ତି ଯେ, ଚାଲୁ ରହିଥିବା ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ନିୟମିତ ସମୀକ୍ଷା, କାର୍ଯ୍ୟର ଗୁଣବତ୍ତା ଓ ସମୟସୀମା ଅନୁପାଳନ ତଦାରଖ, ଗ୍ରାମାଞ୍ଚଳରେ ମୌଳିକ ଭିତ୍ତିଭୂମିର ସୁଦୃଢ଼ୀକରଣ ଏବଂ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ଦିଗରେ ପଦକ୍ଷେପ ନିଆଯିବ। ଏଥିସହ ଜିଲ୍ଲା ଓ ବ୍ଲକ ସ୍ତରରେ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ, ଉନ୍ନୟନମୂଳକ କାର୍ଯ୍ୟରେ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ସୁନିଶ୍ଚିତ କରିବା ସହ ଜନସାଧାରଣଙ୍କ ଆବଶ୍ୟକତାକୁ ପ୍ରାଥମିକତା ଦିଆଯିବ।ଜିଲ୍ଲାର ଗ୍ରାମୀଣ ଜନସାଧାରଣଙ୍କ ଜୀବନଧାରଣ ମାନର ଦୀର୍ଘ ସମୟରେ ପ୍ରଶାସନିକ ଅଭିଜ୍ଞତା ଜିନବରଙ୍ଗପୁର ଜିଲ୍ଲାର ଗ୍ରାମୀଣ ବିକାଶ ଓ ପ୍ରଶାସନିକ କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ଆହୁରି ସୁସଂଗଠିତ କରିବାରେ ସହାୟକ ହେବ ବୋଲି ଆଶା ପ୍ରକାଶ କରାଯାଉଛି।
ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍

