ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଅଭିଯୋଗ ଶୁଣାଣି

ଡାବୁଗାଁ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଅଭିଯୋଗ ଶୁଣାଣି

ନବରଙ୍ଗପୁର:( ୧୬/୧୧/୨୦୨୬)(ରବି ନାରାୟଣ ମହାନ୍ତି) ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗର ତ୍ୱରିତ ସମାଧାନ ତଥା ଲୋକଙ୍କ ନିକଟରେ ସ୍ୱଚ୍ଛ ଓ ଉତ୍ତରଦାୟୀ ପ୍ରଶାସନିକ ସେବା ପହଞ୍ଚାଇବା ଉଦ୍ଦେଶ୍ୟରେ ଆଜି ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀମତୀ ମଧୁମିତା ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ କାଶ୍ୟପ ପାର୍ଥ ଜଗଦୀଶଙ୍କ ମିଳିତ ଅଧ୍ୟକ୍ଷତାରେ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା।ଏହି ଜନଅଭିଯୋଗ ଶୁଣାଣି ଶିବିରରେ ମୋଟ ୩୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୯ଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ୧୭ଟି ଗ୍ରାମସ୍ତରୀୟ ତଥା ସାମୂହିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ଏଥିମଧ୍ୟରୁ ୨ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।ଶିବିରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକ ପ୍ରତ୍ୟେକ ଅଭିଯୋଗକାରୀଙ୍କ ସମସ୍ୟାକୁ ଧୈର୍ଯ୍ୟର ସହ ଶୁଣିବା ସହ ଅଭିଯୋଗଗୁଡ଼ିକର ପ୍ରକୃତ ସ୍ଥିତି ଓ କାରଣ ସମ୍ପର୍କରେ ଅବଗତ ହୋଇଥିଲେ। ଏଥିସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ଗୁରୁତ୍ୱ ଅନୁଯାୟୀ ତଦନ୍ତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ତ୍ୱରିତ ଓ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।ଜନସାଧାରଣଙ୍କ ଅଭିଯୋଗର ସମାଧାନ କ୍ଷେତ୍ରରେ ବିଳମ୍ବ ନକରିବା, ପ୍ରତ୍ୟେକ ଅଭିଯୋଗର ଅନୁଧ୍ୟାନ କରିବା ଏବଂ ଅଭିଯୋଗକାରୀଙ୍କୁ ଉପଯୁକ୍ତ ନ୍ୟାୟ ପ୍ରଦାନ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ। ଅନ୍ୟପକ୍ଷରେ, ପୁଲିସ ବିଭାଗ ସମ୍ପର୍କିତ ଅଭିଯୋଗଗୁଡ଼ିକୁ ଆରକ୍ଷୀ ଅଧୀକ୍ଷକ ଶୁଣିବା ସହ ସମ୍ପୃକ୍ତ ଅଧିକାରୀମାନଙ୍କୁ ଆଇନ ଅନୁଯାୟୀ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ।

ଏହି ଜନଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ. ପ୍ରମୋଦ କୁମାର ପୃଷ୍ଟି, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ବନଖଣ୍ଡ ଅଧିକାରୀ ଉଦୟନ ସୁବୁଦ୍ଧି, ଉପଜିଲ୍ଲାପାଳ ଶ୍ରୀ ପ୍ରକାଶ କୁମାର ମିଶ୍ର, ଡାବୁଗାଁ ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ ସମୀର କୁମାର ପାତ୍ରଙ୍କ ସମେତ ଜିଲ୍ଲାସ୍ତରୀୟ ସମସ୍ତ ସମ୍ପୃକ୍ତ ଅଧିକାରୀ ଓ ବିଭିନ୍ନ ବିଭାଗର ପଦାଧିକାରୀମାନେ ଯୋଗଦେଇ ଥିଲେ।ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ, ପ୍ରଶାସନିକ ସେବାରେ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ସୁନିଶ୍ଚିତ କରିବା ସହ ସାଧାରଣ ଲୋକଙ୍କ ନିକଟରେ ପ୍ରଶାସନକୁ ଅଧିକ ଉତ୍ତରଦାୟୀ ଓ ଲୋକାଭିମୁଖୀ କରିବା ଏହି ଜନଅଭିଯୋଗ ଶୁଣାଣିର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

लायंस इंटरनेशनल डिस्ट्रिक्ट 322C2 द्वारा आयोजित शतरंज प्रतियोगिता का सफल आयोजन 

Sunil Chandra Nayak

ଶିକ୍ଷକ ଯୋଗାଣ ଦାବୀ ରେ ଧାରଣା ତେନ୍ତୁଳିଆପଡ଼ା ସ୍କୁଲ ଗେଟ ରେ ପଡିଲା ତାଲା

masiha

ଉତ୍କଳ ଗୌବର ମଧୁବାବୁଙ୍କ  ଜୟନ୍ତୀ ତଥା ଓକିଲ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!