ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଜଣାଇଲେ ମଧ୍ୟ ଫଳ ଶୂନ,ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରଛାତ୍ରୀ ଓ ଅଭିଭାବକ
କଳାହାଣ୍ଡି ଜିଲ୍ଲା, ଧର୍ମଗଡ଼ ବ୍ଲକ ଅନ୍ତର୍ଗତ ବେହେରା ପଞ୍ଚାୟତ ଅଧିନସ୍ଥ ନୁନପାଣି ବିଦ୍ୟାଳୟରେ ନାହାନ୍ତି ପ୍ରଧାନ ଶିକ୍ଷକ । ଶିକ୍ଷକ ଅଭାବରୁ ପ୍ରଭାବିତ ହେଉଛି ପିଲାଙ୍କ ପାଠପଢ଼ା,ଏନେଇ ବ୍ଲକ ଶିକ୍ଷା ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲ୍ଲା ଶିକ୍ଷା ଅଧିକାରୀ ଓ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ ସମସ୍ୟାର ସମାଧାନ ହେଉନାହିଁ । ଶେଷରେ ନିଜ ହକ୍ ଓ ପିଲାଙ୍କ ଭବିଷ୍ୟତ ପାଇଁ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରଛାତ୍ରୀ,ଗ୍ରାମବାସୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଧର୍ମଗଡ଼ ବ୍ଲକ ବେହେରା ପଞ୍ଚାୟତର ନୂନପାଣି ଗ୍ରାମରେ । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଅନ୍ତର୍ଗତ ବେହେରା ପଞ୍ଚାୟତର ନୂନପାଣି ସ୍ଥିତ ସରକାରୀ କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନିଯୁକ୍ତି ଦାବିରେ ତାଲାବନ୍ଦ କରିଛନ୍ତି ଛାତ୍ରଛାତ୍ରୀ ଓ ଗ୍ରାମବାସୀ।ଗ୍ରାମବାସୀ ଙ୍କ ଅଭିଯୋଗ ଅନୁଯାୟୀ,ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ ନିଯୁକ୍ତି ପାଇଁ ପୂର୍ବରୁ ବ୍ଲକ ଶିକ୍ଷା ଅଧିକାରୀ,ଜିଲ୍ଲା ଶିକ୍ଷା ଅଧିକାରୀ ଓ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ମଧ୍ୟ ଅବଗତ କରାଯାଇଥିଲା । କିନ୍ତୁ ଦୁଃଖର ବିଷୟ, ବାରମ୍ବାର ଅଭିଯୋଗ ସତ୍ତ୍ୱେ ଏଯାଏଁ କୌଣସି ଅଧିକାରୀ ଏହି ବିଦ୍ୟାଳୟର ସମସ୍ୟା ପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହୋଇଛି । ଅନ୍ୟପଟେ ପ୍ରଧାନ ଶିକ୍ଷକ ଅଭାବରୁ ବିଦ୍ୟାଳୟର ଶିକ୍ଷାଦାନ ବ୍ୟବସ୍ଥା ପ୍ରଭାବିତ ହେବା ସହ ପିଲାମାନେ ପାଠପଢ଼ାରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏଭଳି ସ୍ଥିତିରେ ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ଅଭିଭାବକ । ଦୀର୍ଘଦିନ ଧରି ଦାବି ପୂରଣ ନହେବାରୁ ଶେଷରେ ଆଜି ମଙ୍ଗଳବାର ଛାତ୍ରଛାତ୍ରୀ ଓ ଗ୍ରାମବାସୀ ମିଳିତ ଭାବେ ବିଦ୍ୟାଳୟରେ ତାଲାବନ୍ଦ କରି ପ୍ରତିବାଦ ଜଣାଇଛନ୍ତି I
ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ

