ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମୋ ସରକାର କାର୍ଯ୍ୟକ୍ରମ ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଉ ତିନୋଟି ବିଭାଗ ମୋ ସରକାର ରେ ସାମିଲ…

‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାକୁ ବିକାଶର ଏକ ନୂଆ ମଡେଲ୍ ବୋଲି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବିଭାଗକୁ ପରାମର୍ଶ ଦେବା ସହିତ ସମସ୍ତ ସରକାରୀ କାର୍ଯ୍ୟକ୍ରମର ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ‘ମୋ ସରକାର’ ଉପକ୍ରମରେ Finance Department, Government of Odisha, Works Department, Government of Odisha, ଓ Commerce & Transport Department Government of Odisha ବିଭାଗ ସାମିଲ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଯୁଗାନ୍ତକାରୀ କାର୍ଯ୍ୟକ୍ରମ ସରକାର ଓ ସରକାରୀ ଅନୁଷ୍ଠାନ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀରେ ବ୍ୟାପକ ପରିବର୍ତ୍ତନ ଆଣିବା ସହ ଜନସାଧାରଣ ଓ ସରକାରଙ୍କ ମଧ୍ୟରେ ଆସ୍ଥା ସ୍ଥାପନ କରିବାରେ ସଫଳ ହେଉଛି।

ଏହି କାର୍ଯ୍ୟକ୍ରମ ପ୍ରଶାସନିକ ପ୍ରକ୍ରିୟାରେ ଏବେ ଲୋକଙ୍କ ସହଭାଗୀତା ବୃଦ୍ଧି କରିଛି। ନାଗରିକଙ୍କ ସନ୍ତୋଷ ଏକ ଲକ୍ଷ୍ୟ ନୁହେଁ, ଏହା ଏକ ନିରନ୍ତର ଯାତ୍ରା। ଏ ଦିଗରେ ନିରନ୍ତର ପ୍ରୟାସ ଦ୍ବାରା ଏକ ସମତା ଏବଂ ନ୍ୟାୟଭିତ୍ତିକ ସମାଜ ଗଠନର ଲକ୍ଷ୍ୟ ସଫଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଖୁସିପ୍ରକାଶ କରି କହିଛନ୍ତି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

କୋକସରା ପୁଲିସ ରେ ବିଜୟା ଦଶମୀ ଉତ୍ସବ ରେ ପୁଜିତ ହେଲେ ମା ଭଣ୍ଡାର ଘରଣୀ

Sunil Chandra Nayak

ପୁଣି ଖଟିଆରେ ବୁହାହେଲେ ପ୍ରସୂତି ମହିଳା

Sunil Chandra Nayak

ନିକୁଞ୍ଜ କୁମାର ଘୋଷ ଙ୍କ କବିତା ପାର୍ବଣେ ନବଦୁର୍ଗା 

Sunil Chandra Nayak

Leave a Comment

error: Content is protected !!