ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମହିଳାମାନେ ବହୁ ସଂଖ୍ୟାରେ ଜିତି ପଞ୍ଚାୟତର ମଙ୍ଗ ଧରିଥିବାରୁ ଖୁସିପ୍ରକାଶ କରି ଏହାଦ୍ବାରା ବିଜୁ ବାବୁଙ୍କ ମହିଳା ସଶକ୍ତିକରଣର ସ୍ବପ୍ନ ସାକାର ହେଉଛି ବୋଲି ସେ କହିଛନ୍ତି। ପଞ୍ଚାୟତ ହେଉଛି ସେବାର କେନ୍ଦ୍ର। ସାଧାରଣ ଲୋକ ଯେପରି ସରକାରୀ ସେବା ପାଇବାରୁ ବଞ୍ଚିତ କିମ୍ବା ହଇରାଣ ନ ହୁଏ ସେଥିପ୍ରତି ଧ୍ୟାନ ଦେବା ସହ ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ଏହାର ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ୫ଟି ମନ୍ତ୍ରକୁ ଗାଁର ବିକାଶରେ ଉପଯୋଗ କରିବାକୁ ପରାମର୍ଶ ଦେଇ ଏହାଦ୍ବାରା ଗାଁ ତଥା ପଞ୍ଚାୟତର ପରିବର୍ତ୍ତନ, ଅନ୍ୟମାନଙ୍କ ପାଇଁ ଆଦର୍ଶ ହୋଇପାରିବ ବୋଲି ସେ କହିଛନ୍ତି। ଲୋକଙ୍କ ସୁଖଦୁଃଖରେ ସାମିଲ ହୋଇ ଗରିବ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକ ଓ ସେମାନଙ୍କ ଅଧିକାରକୁ ସୁରକ୍ଷା ଦେବା ପାଇଁ ମୁଖମନ୍ତ୍ରୀ ଏହି ଅବସରରେ ଆହ୍ଵାନ କରିଛନ୍ତି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଲିପ୍‌ସାମୟୀ ଦୁବେଙ୍କୁ କଳାହାଣ୍ଡି ଯୁବ ପ୍ରତିଭା ସମ୍ମାନ

Sunil Chandra Nayak

ଏବେ ଗାଡି ଇନସ୍ୟୁରାନ୍ସ ମହଙ୍ଗା..

ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ଘଟଣା , ବହୁଜନ ଛାତ୍ର ସଂଗଠନ ପକ୍ଷରୁ ସିବିଆଇ ତଦନ୍ତ ଦାବିରେ ଭବାନିପାଟଣା ରେ ରାସ୍ତା ଅବରୋଧ

Sunil Chandra Nayak

Leave a Comment

error: Content is protected !!