ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭବାନୀପାଟଣାଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା ୦୬.୦୬.୨୦୨୨ (ମ ନି ସ)  ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ଡ଼ ଗାଭାଲି ପରାଗ ହର୍ଷଦ୍ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି, ଅତିରିକ୍ତ ଜିଲ୍ଲାପାଳ ( ରେଭିନ୍ୟୁ)ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ଅତିରିକ୍ତ ଜିଲ୍ଲାପାଳ( ଜେନେରାଲ) ଶ୍ରୀ ସୁଶାନ୍ତ କୁମାର ପଟେଲ, ପି ଡି , ଡି ଆର୍ ଡି ଏ ଶ୍ରୀ ସୋମେଶ କୁମାର ଉପାଧ୍ୟାୟ ,ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୫୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୨ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୩ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ୩ ଜଣଙ୍କୁ ୧୦,୦୦୦ ଟଙ୍କା,୫, ୦୦୦ଟଙ୍କା ଓ ୨୦୦୦ଟଙ୍କା ଚିକିତ୍ସା ସହାୟତା ଅନୁମୋଦନ କରାଯାଇଥିଲା।

 

Related posts

ସଡକ ଦୁର୍ଘଟଣାରେ ଜଣେ ମୃତ ଜଣେ ଆହତ

Sunil Chandra Nayak

ଆସନ୍ତୁ ଜାଣିବା, ପୁରାଣ କାହାକୁ କୁହାଯାଏ

Sunil Chandra Nayak

ବିଶୋଇ ଥାନା ଅନ୍ତର୍ଗତ ଭୋଳବେଡା ଓ ମଧୁପୁର ରାସ୍ତା ମଝିରେ ଏକ ଘରୋହୀ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ

Sunil Chandra Nayak

Leave a Comment

error: Content is protected !!