ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଚାଷୀଙ୍କୁ ଆଶ୍ୱସ୍ତି,ଧାନ ସମେତ ୧୭ ଖରିଫ ଫସଲର ଏମଏସପି ବୃଦ୍ଧି କଲେ କେନ୍ଦ୍ର ସରକାର

 ଦେଶରେ ଚାଷୀମାନଙ୍କୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଉପହାର ଦେଇଛନ୍ତି । ତେବେ ସରକାର ୨୦୨୨-୨୩ ବର୍ଷ ଲାଗି ୧୭ ଖରିଫ ଫସଲ ପାଇଁ ସର୍ବନିମ୍ନ ସହାୟତା ମୂଲ୍ୟ ବଢ଼ାଇଛନ୍ତି । ଯାହାକୁ ନେଇ ସାରା ଦେଶରେ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିବାରେ ଲାଗିଛି । ଏନେଇ ଆଜି କେନ୍ଦ୍ର କ୍ୟାବିନେଟ ବୈଠଳରେ ଏହି ନିଷ୍ପତ୍ତିକୁ ଅନୁମୋଦନ କରାଯାଇଛି ।ସେପଟେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇ କହିଛନ୍ତି ଯେ ୨୦୨୨-୨୩ ବର୍ଷ ପାଇଁ ଧାନର ଏମଏସପି କୁଇଣ୍ଟାଲ ପିଛା ୧୦୦ ଟଙ୍କା ବଢ଼ାଇବାକୁ ନିଷ୍ପତ୍ତି ହୋଇଛି । ଫଳରେ କୁଇଣ୍ଟାଲ ପିଛା ଧାନ ଦର ଏବେ ୨୦୪୦ ଟଙ୍କା ହୋଇଛି ବୋଲି କହିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

ସେପଟେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇ କହିଛନ୍ତି ଯେ ୨୦୨୨-୨୩ ବର୍ଷ ପାଇଁ ଧାନର ଏମଏସପି କୁଇଣ୍ଟାଲ ପିଛା ୧୦୦ ଟଙ୍କା ବଢ଼ାଇବାକୁ ନିଷ୍ପତ୍ତି ହୋଇଛି । ଫଳରେ କୁଇଣ୍ଟାଲ ପିଛା ଧାନ ଦର ଏବେ ୨୦୪୦ ଟଙ୍କା ହୋଇଛି ବୋଲି କହିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

ଚଳିତ ବର୍ଷ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାଯୋଗୁଁ ଧାନ ଉତ୍ପାଦନ ବୃଦ୍ଧି ପାଇବା ଆଶା କରାଯାଉଛି । ମାତ୍ର ଅନ୍ତର୍ଜାତୀୟ ବଜାରରେ ରାସାୟନିକ ସାର ପାଇଁ ଉଦ୍ଦିଷ୍ଟ କଞ୍ଚାମାଲର ମୂଲ୍ୟ ବୃଦ୍ଧି ଯୋଗୁଁ ଦେଶରେ ସାର ମହଙ୍ଗା ହୋଇଛି । ଏହା ଯୋଗୁଁ ଚାଷୀଙ୍କ ଖର୍ଚ୍ଚ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ଧାନର ଏମଏସପି ବୃଦ୍ଧି କରାଯାଇଥିବା କୁହାଯାଇଛି ।

ସେହିପରି ଜଓ୍ବାର, ମକା, ମୁଗ, ହରଡ, ମାଣ୍ଡିଆ, ଚିନାବାଦାମ, ବିରି ଆଦି ଫସଲ ର ଏମଏସପି ମଧ୍ୟ ବୃଦ୍ଧି କରାଯାଇଛି ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଶ୍ୟାମା ପ୍ରସାଦ ବୋଷ ଙ୍କ କବିତା ବିଦଗ୍ଧ ପ୍ରେମ

ପାଣିରେ ବୁଡ଼ି ବୃଦ୍ଧ ମୃତ

Sunil Chandra Nayak

ଆଦିବାସୀ କଲ୍ୟାଣ ମନ୍ତ୍ରୀ ଙ୍କ ଦ୍ଵାରା କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶୁଭାରମ୍ଭ

Sunil Chandra Nayak

Leave a Comment

error: Content is protected !!