ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଏମ୍ ରାମପୁର ବ୍ଲକ ଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା ୧୩.୦୬.୨୦୨୨( ମ ନି ସ) ଆଜି ସ୍ଥାନୀୟ ଏମ୍ ରାମପୁର ବି ଡି ଓ ଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ଡ଼ ଗାଭାଲି ପରାଗ ହର୍ଷଦ୍ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୪୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୨୭ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୭ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଏମ୍ ରାମପୁର ବ୍ଲକର ଉଷାକାନ୍ତ ସାହୁ ଙ୍କୁ ୨୦୦୦ ଟଙ୍କାସହାୟତା ଅନୁମୋଦନ କରାଯାଇଥିଲା।

Related posts

ଜୟ କୁମାର ମିଶ୍ର ଙ୍କ କବିତା ମୁଁ କଳିଯୁଗ ଭେଣ୍ଡା

Sunil Chandra Nayak

କଂଗ୍ରେସର ରାୟଗଡ଼ା ପୌର ପରିଷଦର ଅଧ୍ୟକ୍ଷ ପ୍ରାର୍ଥୀ- ଶ୍ରୀଯୁକ୍ତ ଆପଲାସ୍ବାମୀ କାଡ୍ରକା

Sunil Chandra Nayak

ସାହିତ୍ୟ ଅଗଣା

Sunil Chandra Nayak

Leave a Comment

error: Content is protected !!