ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଦ୍ୟାରାଣ’ ର‌ ଅଡିଓ ଲୋକାର୍ପିତ

ରାଣ ପଡ଼ିଛି ଓଲିଉଡର ଚୁଲବୁଲି ଅଭିନେତ୍ରୀ ଶିବାନୀଙ୍କ ପାଇଁ ବାବୁଶାନ୍ ଙ୍କ ବିଦ୍ୟାରଣ । ଆଉ ଏ ବିଦ୍ୟାରାଣ ଫିଟିବ ଏଥର ରଥଯାତ୍ରା ରେ ।ତଥ୍ୟ ପ୍ରଡକ୍ସନ୍ ସିନେମା ‘ବିଦ୍ୟାରାଣ’ ପ୍ରସ୍ତୁତ କରିଛନ୍ତି। ରଜ ଅବସରରେ ଭୁବନେଶ୍ୱରସ୍ଥିତ ହୋଟେଲ ଏମ୍ପାୟାରସ ଠାରେ ଅଡିଓ ଧୁମ୍ ଧାମରେ ଏକ ବର୍ଣ୍ଣାଢ଼୍ୟ ପରିବେଶ ରେ ଲୋକାର୍ପିତ ହୋଇଯାଇଛି। ରଥଯାତ୍ରା ଅବସରରେ” ବିଦ୍ୟାରାଣ” ମୁକ୍ତିଲାଭ କରିବ ବୋଲି ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଯୋଜନା ଭାର ସମ୍ଭାଳିଛନ୍ତି ନିରଞ୍ଜନ ନାୟକ । କାହାଣୀ ସାଙ୍ଗକୁ ନିର୍ଦ୍ଦେଶନା ଭାର ବହନ କରିଛନ୍ତି ଜ୍ୟୋତି ଦାସ । ପୂର୍ବରୁ ଜ୍ୟୋତିଙ୍କ ସହିତ ଶିବାନୀ କାମ କରିସାରିଥିଲା ବେଳେ ବାବୁସାନଙ୍କ ଏହା ପ୍ରଥମ ସିନେମା। ଏହାର ସଂଳାପ ଲେଖିଛନ୍ତି ବାପୁ ଗୋସ୍ଵାମୀ। ଗୀତ ରଚନା ନିର୍ମଳ ନାୟକ ଓ ବାପୁ ଗୋସ୍ଵାମୀ କରିଥିଲାବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ବୈଦ୍ୟନାଥ ଦାଶ । ଗୀତ ଗୁଡ଼ିକୁ ଗାଇଛନ୍ତି ବାବୁସାନ୍ , ଅସୀମା ପଣ୍ଡା, ସ୍ଵୟମ ପାଢ଼ୀ, ଅନନ୍ୟା, ଲିପ୍ସା,ଗୈ।ରବ ଏବଂ ହ୍ୟୁମାନ ସାଗର। ଫିଲ୍ମରେ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ଭୂମିକାର ଅଭିନୟ କରୁଛନ୍ତି ଉତ୍ତମ ମହାନ୍ତି, ସାହେବ ସିଂହ, ରାଜା, ସୁଜିତ, ପୁପୁଲ ଭୂୟାଁ, ପ୍ରିୟଙ୍କା,ପିୟୁଷ, ବିଭୁ, ମାନ୍ୟତା ପ୍ରମୁଖ ଅଭିନୟ କରିଛନ୍ତି । ଆକ୍ସନ୍, ରୋମାନ୍ସ ଓ ପାରିବାରିକ ଆବେଗରେ ପରିପୂର୍ଣ ଏହି ସିନେମା ଦର୍ଶକଙ୍କ ମନୋରଞ୍ଜନ କରିବ ବୋଲି ନିର୍ଦ୍ଦେଶକ କହିଛନ୍ତି।

ଅଡିଓ ଲୋକାର୍ପିତ ଉତ୍ସବରେ “ବିଦ୍ୟାରାଣ” ର ସମସ୍ତ କଳାକାର ଓ ଗୀତିକାର,ଗାୟକ ଓ ଗାୟିକା ଉପସ୍ଥିତ ଥିଲେ। ବିଦ୍ଯାରାଣ ର ସମସ୍ତ ଗୀତ ଏବଂ ଭିଡିଓ ଆମର ମ୍ଯୁଜିକ୍ ୟୁଟ୍ଯୁବ ଚ୍ଯାନେଲ ରେ ଦେଖିବାକୁ ମିଳିବ।

ଭୁବନେଶ୍ୱର ରୁ ଅମୃତ ନନ୍ଦ ଙ୍କ ରିପୋର୍ଟ।

Related posts

ସରଧାପୁର ରେ ଗାନ୍ଧୀ ଜୟନ୍ତୀ ପାଳିତ

Sunil Chandra Nayak

ସାଂସ୍କୃତିକ ଲୋକ ମହୋତ୍ସବ ମଣ୍ଡେଇ ର ପ୍ରଥମ ଦିବସ 

Sunil Chandra Nayak

ଶ୍ରୀ ବିଦ୍ୟାଧର ମହାନ୍ତ ଙ୍କ କବିତା ଜଗନ୍ନାଥ ଜଣାଣ

Sunil Chandra Nayak

Leave a Comment

error: Content is protected !!