ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କଳାହାଣ୍ଡିରେ କିସ୍‍ର ଶାଖା….

୧୭ ତାରିଖରେ କିସ-କଳାହାଣ୍ଡି ଆବାସିକ ବିଦ୍ୟାଳୟ ଉଦ୍‍ଘାଟନ କରିବେ ମୁଖ୍ୟମନ୍ତ୍ରୀ….

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅନ୍ତର୍ଗତ ବାଦିଲିଠାରେ ୫୦କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‍ର ନୂତନ ଶାଖା କିସ୍‍- କଳାହାଣ୍ଡିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍‍ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା, ରାଜ୍ୟସଭା ସାଂସଦ ସୁଜିତ୍‍ କୁମାର,କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଓ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିସାରୀ ପ୍ରମୁଖ ଯୋଗଦେବେ। ୧୦ଏକର ଜମିରେ ନିର୍ମିତ ଏହି ବିଦ୍ୟାଳୟ ପାଇଁ ଜମି କ୍ରୟଠାରୁ ଆରମ୍ଭ କରି ଭିତ୍ତିଭୂମି ବିକାଶ, ସବୁଜ ବଳୟ ସୃଷ୍ଟି, ପାଚେରୀ ନିର୍ମାଣ, ମେକାନାଇଜ୍‍ଡ ରୋଷଶାଳା, ୨୫ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା, ଆସବାବପତ୍ର ଓ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ସମେତ ଭିତ୍ତିଭୂମି ନିର୍ମାଣରେ ମୋଟ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ସମସ୍ତ ଅର୍ଥ କିଟ୍‍ ପକ୍ଷରୁ ଯୋଗାଇ ଦିଆଯାଇଛି । ସୂଚନାଯୋଗ୍ୟ, ବିଭିନ୍ନ ଜିଲ୍ଲାରେ ଗରିବ ପିଲାଙ୍କୁ୍‍ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ କିସ୍‍ ଆହୁରି ଶାଖା ଖୋଲିବାର ଯୋଜନା ରଖିଛି । ଏହା ପୂର୍ବରୁ ଓଡିଶାର ବଲାଙ୍ଗୀର ଓ ମୟୁରଭଞ୍ଜରେ କିସ୍‍ର ଶାଖା ଖୋଲାଯାଇଥିବା ବେଳେ ଗତ ୧୩ ତାରିଖ ଦିନ କିସ୍‍ର ବାଲେଶ୍ୱର ଶାଖା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‍ଘାଟିତ ହୋଇଯାଇଛି ।

ବିଶିଷ୍ଟ ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ୧୯୯୨ରେ କିସ୍‍ ପ୍ରତିଷ୍ଠା ହେବା ଦିନଠାରୁ ଦୀର୍ଘ ୩୦ ବର୍ଷ ଧରି ଶିକ୍ଷା ମାଧ୍ୟମରେ ଜନଜାତିଙ୍କ ସଶକ୍ତିକରଣ କରିଆସୁଛି । କିସ୍‍-କଳାହାଣ୍ଡି ଆବାସିକ ବିଦ୍ୟାଳୟରେ ପ୍ରଥମ ପର୍ଯ୍ୟାୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ କଳାହାଣ୍ଡି ଜିଲ୍ଲାର ୧୨ଶହ ଗରିବ ଓ ଅବହେଳିତ ଜନଜାତି ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷାଦାନ କରାଯିବ । ପାଠ ପଢ଼ା ବ୍ୟତୀତ ଏଠାରେ ଛାତ୍ରଛାତ୍ରୀଙ୍କୁ ଅନ୍ୟାନ୍ୟ କ୍ଷେତ୍ର ବିଶେଷ କରି ଉନ୍ନତ ମାନର କ୍ରୀଡ଼ା ତାଲିମ ପ୍ରଦାନ କରାଯିବ । ଏଠାରୁ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରଛାତ୍ରୀମାନେ ଭୁବନେଶ୍ୱରସ୍ଥିତ କିସ୍‍ କିମ୍ବା କିଟ୍‍ ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ଲାଭ କରିପାରିବେ । ଭୁବନେଶ୍ୱର କିସ୍‍ ଏଠାରେ ମଧ୍ୟ ସମ୍ପୂର୍ଣ୍ଣ ଆବାସିକ ଓ ବିନା ଦେୟରେ କଳାହାଣ୍ଡି ଜିଲ୍ଲାର ଗରିବ ଓ ଅବହେଳିତ ଜନଜାତି ପିଲାମାନେ ପାଠ ପଢିପାରିବେ । ସମ୍ପୂର୍ଣ୍ଣ ସବୁଜ, ଇକୋ-ଫ୍ରେଣ୍ଡଲି ଓ ଟେକ୍ନୋଲୋଜି ଉପଯୋଗରେ ଏହି କ୍ୟାମ୍ପସ ପରିଚାଳିତ ହେବ । ଏହା କଳାହାଣ୍ଡିବାସୀଙ୍କ ସମ୍ପତ୍ତି ହୋଇ ରହିବ ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

କନ୍ଧମାଳ ଗଣମାଧ୍ୟମ ସଙ୍ଘ ପକ୍ଷରୁ ଅର୍ଦ୍ଧେନ୍ଦୁ ଦାସ ଙ୍କର ଗିରଫ କୁ ନେଇ ତୀବ୍ର ପ୍ରତିବାଦ ଓ ରାଜ୍ୟପାଳ ଙ୍କୁ ସ୍ମାରକପତ୍ର ପ୍ରଦାନ

ଗୋଟିଏ ବାଲ୍ୟ ବିବାହ ଅଟକାଇଲା ଚାଇଲ୍ଡଲାଇନ ଓ ସମନିତ ଶିଶୁ ବିକାଶ ପ୍ରକଳ୍ପ

Sunil Chandra Nayak

ନର୍ଲା ପ୍ରାଥମିକ ଶିକ୍ଷକ ସଂଘ ର ନୂତନ କର୍ମକର୍ତା ଙ୍କ ଶପଥ ଗ୍ରହଣ ସମାରୋହ

Sunil Chandra Nayak

Leave a Comment

error: Content is protected !!