ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ।

ପ୍ରତ୍ୟେକ ବର୍ଷର ଜୁନ୍‌ରୁ ଅକ୍ଟୋବର ମାସ ସମୟ ଅତି ଗୁରୁତ୍ବପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ। ତେଣୁ ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ରହିଛି। ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସମସ୍ତ ପ୍ରଶାସନିକ କଳ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା ସ୍ବାସ୍ଥ୍ୟ ଓ ପ୍ରାଣୀସେବା ବ୍ୟବସ୍ଥା ଆଦି ସମସ୍ତ ବ୍ୟବସ୍ଥା ଗୁଡିକୁ ପ୍ରସ୍ତୁତ କରି ରଖିବା ଜରୁରୀ।

ଏହାସହିତ ସମସ୍ତ ଓଡ୍ରାଫ ଓ ଅଗ୍ନିସେବା ବାହିନୀ ପ୍ରସ୍ତୁତ ହୋଇ ରହିବା ଜରୁରୀ ବୋଲି ସେ କହିଥିଲେ। ବିପର୍ଯ୍ୟୟ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟପଦାର୍ଥକୁ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳୀନ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ସେ ପରାମର୍ଶ ଦେଇଥିଲେ। ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବେଣୁ ଧର ସୁତାର ଙ୍କ କବିତା ମାଆ

ଭୁବନରେ ତ୍ରୀରଙ୍ଗା ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Sunil Chandra Nayak

ବାଦାମପାହାଡ଼ ରେଳ ଷ୍ଟେସନ ଦୁର୍ଗାପୂଜା କମିଟି ଦ୍ବାରା ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରରେ ସନସାଇନ ସ୍କୁଲ ଛାତ୍ରଛାତ୍ରୀଙ୍କ ସଫଳତା

Sunil Chandra Nayak

Leave a Comment

error: Content is protected !!