ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କଲେଜରେ ଦିଆଯିବ କରୋନା ଟିକା….

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ରାଜ୍ୟର ସବୁ କଲେଜରେ କୋଭିଡ-୧୯ ଟିକା ଦିଆଯିବ। କୋଭିଡକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ବୈଠକ ପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଟିକାକରଣ ଉପରେ ପ୍ରାଥମିକତା ଦିଆଯାଇଥିଲା । ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଏହା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ସୂଚନାଯୋଗ୍ୟ ଜୁଲାଇ ୧୫ ତାରିଖ ଠାରୁ ୫୯ ବର୍ଷ ବୟସ ଯାଏ ମାଗଣା ବୁଷ୍ଟର ଡୋଜ ଟିକା ପ୍ରଦାନ କରାଯିବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି ।

ସୂଚନା ଓ ଲୋକସଂପର୍କ ବିଭାଗର ରିପୋର୍ଟ ଅନୁସାରେ ଆଜି ରାଜ୍ୟରେ ୮୦୪ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରୁ ୪୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଥିଲେ। ଏଥି ମଧ୍ୟରେ ୭୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଜଣ ଚିହ୍ନଟ ହୋଇଥିଲେ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ସମାଜସେବୀ ଙ୍କ ମାତୃ ବିୟୋଗ

Sunil Chandra Nayak

କବି ସୌରଭ ବୈଜୟନ୍ତୀ ମହାପାତ୍ର ଙ୍କ କବିତା – ସ୍ବାସ୍ଥ୍ୟ ହିଁ ସମ୍ପଦ

Sunil Chandra Nayak

ନୂତନ ମେଡିକାଲର ଭିତ୍ତିପ୍ରସ୍ତର ସ୍ଥାପନ 

Sunil Chandra Nayak

Leave a Comment

error: Content is protected !!