ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆମପାଣି ଘାଟି ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା,ଅଜଣା ଗାଡି ଧକ୍କା ରେ ବାଇକ ଚାଳକ ମୃତ, ଜଣେ ଗୁରୁତର

କୋକସରା,୨୭/୭-  ( ମ ନି ସ  ) କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବୁଧବାର ମଧ୍ୟାହ୍ନରେ ନବରଙ୍ଗପୁରରୁ ଭବାନୀପାଟଣା ଆସୁଥିବା ଏକ ହୋଣ୍ଡା ସାଇନ ବାଇକ ନମ୍ବର ଓଡ଼ି ୦୮ଆର୍ ୩୫୯୨ କୁ ଘାଟି ରାସ୍ତାରେ କୌଣସି ଏକ ଅଜଣା ଗାଡି ଧକ୍କା ଦେବା ଫଳରେ ବାଇକ ରେ ଥିବା ଦୁଇଜଣ ଗୁରୁତର ଥିବା ବେଳେ ଆମପାଣି ପୋଲିସ ଖବର ପାଇ ଘଟଣାସ୍ଥଳରେ ଆଇଆଇସି ଚତୁର୍ଭୁଜ ନାଏକ ସମେତ ପୋଲିସ କର୍ମଚାରୀ ପହଞ୍ଚି ଗୁରୁତର ଦୁଇଜଣଙ୍କୁ ଉଦ୍ଧାର କରି ପୋଲିସ ଗାଡିରେ କୋକସରା ଡାକ୍ତରଖାନାରେ ଆଣି ଭର୍ତ୍ତି କରିଥିବା ବେଳେ ଡାକ୍ତରଖାନାରେ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ୧୦୮ ଆମ୍ବୁଲାନ୍ସରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଭବାନୀପାଟଣା ସହରର କାଳି ମନ୍ଦିର ପଡାର ସନ୍ତୋଷ ଆଚାର୍ଯ୍ୟ (୬୪) ଓ ଗୁରୁତର ହେଉଛନ୍ତି ଥୁଆମୂଳ ରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତ ବ୍ରାହ୍ମଣ ଚଞ୍ଚରା ଗାଁ ର ସୁଶାନ୍ତ ସାହୁ(୪୨) । ସେ ଅଡ୍ରି ଡାକ୍ତରଖାନାର କର୍ମଚାରୀ ବୋଳି ପୋଲିସ ସୁଚନା ଦେଇଛନ୍ତି। ଘଟଣାସ୍ଥଳରେ ଆମପାଣି ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ମୃତକ ଙ୍କ ଶବ ଆସନ୍ତା କାଲି ବ୍ୟବଚ୍ଛେଦ ପରେ ପରିବାର କୁ ହସ୍ତାନ୍ତର କରାଯିବ ବୋଳି ଆମପାଣି ଥାନାଧିକାରୀ ଚତୁର୍ଭୁଜ ନାଏକ ସୂଚନା ଦେଇଛନ୍ତି।

Related posts

ଦାବୀ ପୂରଣ କୁ ନେଇ ଜିଲ୍ଲାପାଳ ଙ୍କ କାର୍ଯ୍ୟ ସମ୍ମୁଖରେ ଧାରଣାରେ ବସିଲେ ଅଙ୍ଗନବାଡି କର୍ମୀ

Sunil Chandra Nayak

ପ୍ରଥମ ଓଡ଼ିଶା ବିଶ୍ଵବିଦ୍ୟାଳୟ କ୍ରିଡା ସମାରୋହରେ କଳାହାଣ୍ଡି ବିଶ୍ଵବିଦ୍ୟାଳୟର କମାଲ 

Sunil Chandra Nayak

ରାଇରଙ୍ଗପୁରରେ ଧୁମ୍ କ୍ଲବ ଆନୁକୁଲ୍ୟରେ ୧୦ ମ ବାର୍ଷିକ ଗଜାନନ ପୂଜା

Sunil Chandra Nayak

Leave a Comment

error: Content is protected !!