ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଲାଞ୍ଜିଗଡ଼ ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୨୨.୦୮.୨୦୨୨ ( ମ ନି ସ ) ଆଜି ଲାଞ୍ଜିଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ,ଜିଲ୍ଲାପରିଷଦ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ, ସି ଡ଼ି ଏମ୍ ଓ ଡ ରଞ୍ଜନ ମିତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ,ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ କମଳା ପାତ୍ର,ବି ଡି ଓ ଶ୍ରୀ ଜିତେନ୍ଦ୍ର ମିଶ୍ର ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୪୩୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୯୫ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଅଭିଯୋଗ ମୁଖ୍ୟତଃ ଆବାସ ଗୃହ, ଭତ୍ତା,ରାସ୍ତାଘାଟ ଉପରେ ଥିଲା।

Related posts

ଗାନ୍ଧୀ ଆଦର୍ଶ ଓ ଗୋପବନ୍ଧୁ ଆଦର୍ଶ ସମ୍ମାନ ପ୍ରଦାନ ସମାରୋହ 2022 ଅନୁଷ୍ଠିତ

Sunil Chandra Nayak

ମହାସ୍ମୀତା ଓଝା ଙ୍କ କବିତା ଆଞ୍ଜୁଳାଏ ଅମୃତ

Sunil Chandra Nayak

ସାହିତ୍ୟ ଅଗଣା

Sunil Chandra Nayak

Leave a Comment

error: Content is protected !!