ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ

ବାଲେଶ୍ଵର,୨୭/୮/୨୨- ଶିକ୍ଷା ହେଉଛି ଜୀବନର ମାନଦଣ୍ଡ । ଶିକ୍ଷାର ବିକାଶ ବ୍ଯକ୍ତି ତଥା ସମାଜର ଉନ୍ନତି । ସରକାର ସଦାସର୍ବଦା ଶିକ୍ଷାର ଉନ୍ନତି ପାଇଁ ଉଦ୍ୟମ ଜାରି ରଖିଛନ୍ତି । ବିଦ୍ୟାଳୟ ପ୍ରତି କିପରି ଛାତ୍ରଛାତ୍ରୀ ମାନଙ୍କ ଆଗ୍ରହ ବଢିବ ଅର୍ଥାତ୍ ଛାତ୍ରଛାତ୍ରୀ ମାନେ କିପରି ଆଗ୍ରହୀ ହେବେ ସେଥିପାଇଁ ସରକାର ମଧ୍ୟାହ୍ନ ଭୋଜନ ଓ ପୋଷାକ ଭଳି ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ଏବଂ କରୁଛନ୍ତି ମଧ୍ୟ । ସେହି ପରିପ୍ରେକ୍ଷୀରେ ନିକଟରେ ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ପଳସା ପଞ୍ଚାୟତ ପଳସା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅସିତ୍ କୁମାର ଜେନାଙ୍କ ଦ୍ବାରା ପୋଷାକ ବଣ୍ଟନ ସଭାର ଆୟୋଜନ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଖଇରା ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ, ସମ୍ମାନିତ ଅତିଥି ଭାବେ ସରପଞ୍ଚ ମନରଞ୍ଜନ ସାହୁ ଓ ସିଆରସିସି ଭାଗବତ ଦାସ ପ୍ରମୁଖ ଯୋଗଦେଇ ପିଲାମାନଙ୍କ ଉଦ୍ଦେଶ୍ୟର ବହୁ ଶିକ୍ଷଣୀୟ ବକ୍ତବ୍ୟ ପ୍ରଦାନ କରିଥିଲେ । ପରେପରେ ମଞ୍ଚାସୀନ ଅତିଥି ମାନଙ୍କ ଦ୍ବାରା ବିଦ୍ୟାଳୟରେ ପଢୁଥିବା ମୋଟ ୬୪ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା । ପୋଷାକ ବଣ୍ଟନ କାର୍ଯ୍ଯରେ ପ୍ରଧାନ ଶିକ୍ଷକ ଶ୍ରୀ ଜେନା ଅତିଥି ମାନଙ୍କୁ ପୂର୍ଣ୍ଣ ସହଯୋଗ କରିଥିଲେ ।।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ଦିନ ଦୟାଲ ଉପାଧ୍ୟୟ ଗ୍ରାମୀଣ କୌଶଳ ଯୋଜନାରେ ବ୍ଲକ ସ୍ତରୀୟ ନିଯୁକ୍ତି ଭିତ୍ତିକ ପରାମର୍ଶ ଶିବିର ଅନୁଷ୍ଠିତ

Sunil Chandra Nayak

ଚିତ୍ରା ରାଣୀ ପାତ୍ର ଙ୍କ କବିତା ତାରୁଣ୍ୟ

Sunil Chandra Nayak

ଧର୍ମଗଡ ଏନଏସି ଉପାଧକ୍ଷା ହେଲେ ବିଜେଡି ର ଶ୍ରୀମତୀ ମନୀଷା ମିଶ୍ର

Sunil Chandra Nayak

Leave a Comment

error: Content is protected !!