ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଲନ ଅବସରରେ କିସ୍‍କୁ ମଳିଛି ବିଶ୍ୱସ୍ତରରେ ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ

ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ କିସ୍‍କୁ ମିଳିଛି ସମ୍ମାନଜନକ ୟୁନେସ୍କୋ ଇଣ୍ଟରନ୍ୟାସ୍‍ନାଲ୍‍ ଲିଟେରାସି ପୁରସ୍କାର- ୨୦୨୨

 କିସ୍‍ ସମେତ ସମଗ୍ର ବିଶ୍ୱରେ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ ହେଉଥିବା ବେଳେ କିସ୍‍କୁ ମଳିଛି ବିଶ୍ୱସ୍ତରରେ ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ । ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ କିସ୍‍କୁ ମିଳିଛି ସମ୍ମାନଜନକ ୟୁନେସ୍କୋ ଇଣ୍ଟରନ୍ୟାସ୍‍ନାଲ୍‍ ଲିଟେରାସି ପୁରସ୍କାର- ୨୦୨୨ । ଗତକାଲି ଆଫିକ୍ରାର ଡି ଆଇଭୋର କୋଷ୍ଟଠାରେ ୟୁନେସ୍କୋ ପକ୍ଷରୁ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ କିସ୍‍ର ପ୍ରତିନିଧି ଏହି ପୁରସ୍କାର ଗ୍ରହଣ କରିଥିଲେ । ପୁରସ୍କାର ବାବଦରେ କିସ୍‍କୁ ୨୦ ହଜାର ଆମେରିକୀୟ ଡଲାର ଓ ମେଡାଲ୍‍ ଓ ପ୍ରଶସ୍ତିପତ୍ର ପ୍ରଦାନ କରଯାଇଥିଲା ।ଏହି ଅନ୍ତର୍ଜାତୀୟ ଶିକ୍ଷା ପୁରସ୍କାର ପାଇବାରେ କିସ୍‍ ବିଶ୍ୱର ପ୍ରଥମ ଜନଜାତି ଅନୁଷ୍ଠାନ ହୋଇଥିବା ବେଳେ ଭାରତର ସମସ୍ତ ଘରୋଇ ଓ ସରକାରୀ ଅନୁଷ୍ଠାନ କ୍ଷେତ୍ରରେ ୫ମ ଅନୁଷ୍ଠାନ ଓ ତୃତୀୟ ଏନ୍‍ଜିଓ । ଏହା ଓଡିଶା ତଥା ଭାରତ ପାଇଁ ଗର୍ବ ଓ ଗୌରବର ବିଷୟ । ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ ଅବସରରେ କିସ୍‍ର ୩୦ ହଜାର ଛାତ୍ରଛାତ୍ରୀ ଏହି ଖୁସିରେ ଉତ୍ସବ ମନାଇଥିଲେ । ଶ୍ରୀ ସାମନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଲଡୁ ବଣ୍ଟନ ସହ ଶୁଭେଚ୍ଛା ଜଣାଇଥିଲେ ।

ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ କିସ୍‍ ହେଉଛି ବିଶ୍ୱର ସର୍ବବୃହତ ଆବାସିକ ଓ ଜନଜାତି ଶିକ୍ଷାନୁଷ୍ଠାନ । କିସ୍‍ରେ ଅଧ୍ୟୟନରତ ୩୦ହଜାର ଜନଜାତି ଛାତ୍ରଛାତ୍ରୀ ଓ ଉତ୍ତୀର୍ଣ୍ଣ ୪୦ହଜାର ପୁରାତନ ଛାତ୍ରଛାତ୍ରୀଙ୍କୁ ସେମାନଙ୍କର ସାମଗ୍ରିକ ବିକାଶ, ଧନ୍ଦାମୂଳକ ତାଲିମ ଓ କ୍ରୀଡାରେ ଉତ୍କର୍ଷତା ପ୍ରତିପାଦନ ନିମନ୍ତେ ସମସ୍ତ ପ୍ରକାର ସୁଯୋଗ ଯୋଗାଇ ଦେଉଛି । ୧୯୯୩ ମସିହାରେ ୧୨୫ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଛୋଟିଆ ଅନୁଷ୍ଠାନ ଆଜି ବିଶ୍ୱର ସର୍ବବୃହତ ଜନଜାତି ଆବାସିକ ଶିକ୍ଷାନୁଷ୍ଠାନରେ ପରଣିତ ହୋଇଛି । ୨୦୧୫ ମସିହାରୁ କିସ୍‍ ଜାତିସଂଘର ଅର୍ଥନୈତିକ ଓ ସାମାଜିକ ପରିଷଦ ଦ୍ୱାରା ସ୍ପେସିଆଲ୍‍ କନ୍‍ସଲ୍‍ଟେଟିଭର ମାନ୍ୟତା ପାଇଛି । ଏହାଛଡ଼ା ଜାତିସଂଘର ବିଭିନ୍ନ ସଂସ୍ଥା ଓ ବିଭିନ୍ନ ଆନ୍ତର୍ଜାତିକ ସଂସ୍ଥା ସହ କିସ୍‍ର ସହବନ୍ଧନ ରହିଆସିଛି ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଦିଲ୍ଲୀପ କୁମାର ନନ୍ଦୀ ଙ୍କ କବିତା ହଜିଲା ଦରବ

Sunil Chandra Nayak

ଶୁଭ୍ରାଂଶୁ ଶେଖର ପାଢୀ ଙ୍କ କବିତା ଅକ୍ଷୟ ତୃତୀୟା

ନୂଆପଡା ଜିଲ୍ଲା ସାମ୍ବାଦିକ ସମନ୍ଵୟ ସମିତି ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ

Leave a Comment

error: Content is protected !!