ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜଳିଗଲା ଆଳୁ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

ବାଲେଶ୍ଵର – ଚଳନ୍ତା ଟ୍ରକରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଏବଂ ହେଲପର । ଏପରି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଗୁଡିଖାଳ ଛକ ନିକଟରେ । ପଶ୍ଚିମବଙ୍ଗରୁ ବାଲେଶ୍ବର ଅଭିମୁଖେ ଆସୁଥିବା ଏକ ଆଳୁ ବୋଝେଇ ଟ୍ରକରେ ହଠାତ୍ ନିଆଁ ଲାଗି ଯାଇଥିଲା । ଟ୍ରକରେ ନିଆଁ ଲାଗିବା ପରେ ଡ୍ରାଇଭର ଏବଂ ହେଲପର ଟ୍ରକ ଛାଡି ଦୌଡି ପଳାଇ ଯାଇଥିଲେ । ନିମିଶକ ମଧ୍ଯରେ ଟ୍ରକଟି ଜଳିପୋଡି ପାଉଁଶ ହୋଇ ଯାଇଥିଲା, ଖବର ପାଇ ବସ୍ତା ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଇବା ଜାରି ରଖିଥିଲେ ମଧ୍ଯ ଟ୍ରକ ଟି ସମ୍ପୂର୍ଣ୍ଣ ଭାବରେ ଜଳି ଯାଇଥିଲା ।।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ଜିଲ୍ଲା ଡ଼୍ରାଇଭର ମହାସଂଘ ତରଫରୁ ଜମି ଯୋଗାଇ ଦେବାକୁ ଜିଲ୍ଲାପାଳ ଙ୍କୁ ଦେଲେ ଦାବୀପତ୍ର

Sunil Chandra Nayak

କୋକସରା ବ୍ଲକର ବିଭିନ୍ନ ସ୍ଥାନରେ ଅହିଂସା ରଥକୁ ଭବ୍ୟ ସମ୍ବର୍ଦ୍ଧନା

Sunil Chandra Nayak

ରାଉରକେଲା ବିକାଶ ମଞ୍ଚର ସଚେତନତା ସମାବେଶ ଆଜି 

Sunil Chandra Nayak

Leave a Comment

error: Content is protected !!