ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ପୋଷାକ ବିତରଣ ଉତ୍ସବ

ରାଉରକେଲା/ ମାଲଗୋଦାମ ସ୍ଥିତ ସରକାରୀ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟ ଠାରେ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଞ୍ଜୁରାଣୀ ମହାପାତ୍ରଙ୍କ ଆବାହକତ୍ବରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଶ୍ରା ବ୍ଲକ ସିଆରସିସି ମନୋଜ କୁମାର ମିଶ୍ର ମୁଖ୍ୟଅତିଥି ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଫାତିମା ବେଗମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ । ଏହି ଅବସରରେ ଅତିଥିମାନେ ବିଦ୍ୟାଳୟରେ ଶିକ୍ଷା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ ଛାତ୍ର ଛାତ୍ରୀଙ୍କୁ ଶିକ୍ଷା ପ୍ରତି ମନୋନିବେଶ କରିବାକୁ ପରାମର୍ଶ ଦେଇଥିଲେ । ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଏମଡି କୟିମୁଦ୍ଦିନ, ବନଲତା ଧଳ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ

Related posts

କଳାହାଣ୍ଡି ଲେଖିକା ସଂଘର ୨୨ତମ ବାର୍ଷିକ ଉତ୍ସବ ପାଳିତ

Sunil Chandra Nayak

ବେଆଇନ ଭାବେ ଦେଶୀ ମଦ ବିକ୍ରି ଅଭିଯୋଗ ରେ ଯୁବକ ଅଟକ

Sunil Chandra Nayak

ଅବିନାଶ ମହାପାତ୍ର ଙ୍କ କବିତା କୁହ ତମେ କୃଷ୍ଣ କାହାର 

Sunil Chandra Nayak

Leave a Comment

error: Content is protected !!