ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ସକାଳେ କଟକ ବଡ ଡାକ୍ତରଖାନା ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା

କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସାଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି । ୧୭୫ ଏକର ଜମିରେ ୩୫୦୦ କୋଟି ଟଙ୍କାରେ ଏହି ମର୍ଯ୍ୟଦାଜନକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜର ୫-ଟି ଉପକ୍ରମରେ ରୂପାନ୍ତରଣ କରି ଏମ୍‌ସ ପ୍ଲସ୍ ସୁବିଧା ରୋଗୀଙ୍କୁ ଯୋଗାଇ ଦେବାପାଇଁ ରାଜ୍ୟ ସରକାର କାମ କରୁଛନ୍ତି।

ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ସକାଳେ କଟକ ବଡ ଡାକ୍ତରଖାନା ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ। ନିର୍ମାଣ କାର୍ଯ୍ୟର ଗୁଣାତ୍ମକ ମାନସହିତ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକଳ୍ପ ଶେଷ କରାଯିବା ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ବାରୋପ କରିଥିଲେ। ନୂଆକରି ନିର୍ମାଣ ହେଉଥିବା କ୍ଲିନିକାଲ ବ୍ଲକ ୧ ଓ ୪ ର ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। ତାସହିତ ଅନ୍ୟ ବ୍ଲକ ଗୁଡିକର ନିର୍ମାଣ ଗୁଡିକ ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।

ରୋଗୀଙ୍କ ସଂପର୍କୀୟ ମାନଙ୍କ ରହିବା ନିମନ୍ତେ ଧର୍ମଶାଳା ଓ ବଜେଟ ହୋଟେଲ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାସହିତ ରାଣୀହାଟ ଛକ ନିକଟରେ କମର୍ସିଆଲ କମ୍ପ୍ଲେକ୍ସ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ବଡ ଡାକ୍ତରଖାନାର ଅଧ୍ୟାପକ, ଚିକିତ୍ସକ ଓ ଅନ୍ୟ କର୍ମଚାରୀମାନଙ୍କ ରହଣୀ ନିମନ୍ତେ ୧୩ଟି ରେସିଡ଼େନ୍ସିଆଲ ବ୍ଳକ୍ ନିର୍ମାଣ କରାଯିବ। ସମସ୍ତ ଆବାସିକ ବ୍ଲକର କାମ ଆରମ୍ଭ କରି ଡିସେମ୍ବର ୨୦୨୩ ସୁଦ୍ଧା ସଂପୂର୍ଣ୍ଣ କରିବାକୁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏହାସହିତ ଏସ୍‌ସିବି ପବ୍ଲିକ ସ୍କୁଲର କାମ ମଧ୍ୟ ମାର୍ଚ୍ଚ ୨୦୨୩ ସୁଦ୍ଧା ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ପରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ତାଳଦଣ୍ଡା କେନାଲ ପରିଦର୍ଶନ କରି ଏହାର ରୂପାନ୍ତର କାର୍ଯ୍ୟ ବୁଲି ଦେଇଥିଲେ । ଏହି ତାଳଦଣ୍ଡା କେନାଲ କୂଳରେ ବୁଲା ବିକାଳୀ ମାନେ ଯେଭଳି ନ ବସିବେ, ସେମାନଙ୍କ ପାଇଁ କଟକ ମ୍ୟୁନିସିପାଲଟି କର୍ପୋରେସନ ପକ୍ଷରୁ ଅର୍ବାନ ହାଟ ନିର୍ମାଣ କରାଯାଉଛି। ଏହି କାମ ଡିସେମ୍ବର ୨୦୨୨ ସୁଦ୍ଧା ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

୩.୫ କିଲୋମିଟର ପରିବ୍ୟାପ୍ତ ତାଳଦଣ୍ଡା କେନାଲ ରାସ୍ତାର ବିକାଶ କାମକୁ ଜାତୀୟ ରାଜପଥ ୧୬ ଅତିକ୍ରମ କରି କଟକ ସହର ଶେଷ ସୀମା ପର୍ଯ୍ୟନ୍ତ ବିକଶିତ କରିବା ପାଇଁ ୫-ଟି ସଚିବ ପରାମର୍ଶ ଦେଇଥିଲେ । ସେହିପରି ବିଭିନ୍ନ ଜାଗାରେ ଥିବା ସେତୁ ନିକଟସ୍ଥ ସଂଯୋଗକାରୀ ରାସ୍ତା ପ୍ରଶସ୍ତ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ। ରେଲୱେ ଜମି ନିକଟରେ ଥିବା ଜଳାଶୟର ସଂରକ୍ଷଣ ଓ ବିକାଶ ଉପରେ ସେ ଗୁରୁତ୍ବାରୋପ କରିଥିଲେ।

ତାଳଦଣ୍ଡା କେନାଲ ଅତୀତରେ ଆମର ଜଳସେଚନ, ଜଳ ପରିବହନ ତଥା ଅର୍ଥନୈତିକ ବିକାଶରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା । ୧୮୬୨ ଖ୍ରୀଷ୍ଟାଦ୍ଦରେ ଏହା ଇଷ୍ଟ ଇଣ୍ଡିଆ କମ୍ପାନୀ ଦ୍ବାରା ଖନନ ହୋଇଥିଲା। ଐତିହାସିକ ଗୁରୁତ୍ବ ସଂପର୍କରେ ଭବିଷ୍ୟତ ପୀଢିକୁ ଅବଗତ କରିବା ପାଇଁ ଏକ ସଂଗ୍ରହାଳୟ ଓ ପ୍ରଦର୍ଶନୀ ସ୍ଥଳ ବିକଶିତ କରିବାପାଇଁ ନିଷ୍ପତ୍ତି ହୋଇଥିଲା। ଏଥିରେ ତାଳଦଣ୍ଡା କେନାଲର ଇତିହାସ ଓ ବର୍ତ୍ତମାନର ବିକାଶ କାମ ସଂପର୍କିତ ଫଟୋଚିତ୍ର ଏଥିରେ ସ୍ଥାନୀତ ହେବ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ……

Related posts

ପ୍ରଥମ ପର୍ୟ୍ୟାୟରେ ଭାରତର ୧୩ଟି ସହରକୁ ମିଳିବ ୫ଜି ସେବା

Sunil Chandra Nayak

କନ୍ଧମାଳ ନୂତନ ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଦାୟୀତ୍ୱ ଗ୍ରହଣ

Sunil Chandra Nayak

ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ଚିପିଲିମା ର ସାହିତ୍ୟ ସମାଜରେ ବିଭିନ୍ନ ପ୍ରତିଯୋଗିତା

Leave a Comment

error: Content is protected !!