ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କଲମପୁର ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତା ରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୯.୦୯.୨୦୨୨( ମ ନି ସ ) ଆଜି କଲମପୁର ବ୍ଲକସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ସଚିନ ପାୱାର କଲମପୁର ବ୍ଲକ ଅଧ୍ୟକ୍ଷ ଶ୍ରୀ ମୋତି ବିହାରୀ, ବି ଡି ଓ ଶ୍ରୀ ପ୍ରସନ୍ନ କୁମାର ପଟେଲ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୮୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୭୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଅଭିଯୋଗ ମୁଖ୍ୟତଃ ଆବାସ ଗୃହ, ଭତ୍ତା,ରାସନ୍ କାର୍ଡ ,ରାସ୍ତା ଉପରେ ଥିଲା।

Related posts

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

ଅପର୍ତ୍ତି ସେଠୀ ଙ୍କ ଦ୍ଵାରା ଫୁଲ କହେ

Sunil Chandra Nayak

କବି ସୌରଭ ବୈଜୟନ୍ତୀ ମାଳା ମହାପାତ୍ର ଙ୍କ କବିତା ଆମେରେ ଅମୃତ ସନ୍ତାନ

Leave a Comment

error: Content is protected !!