ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବର୍ଷା କାରଣରୁ ବାତିଲ ହେଲା ଅଲ ଇଣ୍ଡିଆ ଏନ ସି ସି ପର୍ବତାରୋହଣ କାର୍ଯ୍ୟକ୍ରମ

କୋକସରା,୨୧/୦୯-( ମ ନି ସ) କଳାହାଣ୍ଡି ଜିଲ୍ଲାର ପର୍ଯ୍ୟଟନ ସ୍ଥଳି ଗୁଡହାଣ୍ଡି ଡୋକରୀଚଞ୍ଚରା ରେ ୨୧ ତାରିଖ ବୁଧବାର ଦିନ ଏନ.ସି.ସି ପକ୍ଷରୁ ଅଲ ଇଣ୍ଡିଆ ଟ୍ରାଇବଲ ପର୍ବତାରୋହଣ ଶିବିର ଅନୁଷ୍ଠିତ ପାଇଁ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଡିଗ୍ରୀ ମହାବିଦ୍ୟାଳୟ କୋକସରା ପକ୍ଷରୁ ଆୟୋଜନ କରା ଯାଇଥିଲା। କାର୍ଯ୍ୟକ୍ରମରେ ଆନ୍ତର୍ଜାତିକ ପର୍ବତାରୋହୀ ଯୋଗବ୍ୟାସ ଭୋଇ ସମେତ ଡିଗ୍ରୀ ମାଧ୍ୟମିକ ମହାବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟ ର ଏନ ସି ସି ଛାତ୍ରଛାତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେବେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଗତକାଲି ଠାରୁ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା କାରଣରୁ ଆସନ୍ତା କାଲି ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମକୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏନେଇ ଆୟୋଜକ ଡିଗ୍ରୀ ମହାବିଦ୍ୟାଳୟ କୋକସରା ପକ୍ଷରୁ ସୂଚନା ଦେଇଛନ୍ତି।

Related posts

ଗଞ୍ଜେଇ ଜବତ, ଜଣେ ଗିରଫ

Sunil Chandra Nayak

ଜଗଜ୍ଜୀବନ ସା  ଙ୍କ କବିତା ଶ୍ରମବଳେ ଜିଣିପାରେ ମୁଁ ଧରା 

Sunil Chandra Nayak

ଓଡିଶା ରାଜ୍ୟ ପୁରୁଷ/ମହିଳା ସ୍ୱାସ୍ଥ୍ୟ କର୍ମୀ ଓ ସ୍ୱାସ୍ଥ୍ୟ ପରିଦର୍ଶକ ଙ୍କ ମିଳିତ ମହାସଂଘ ଚନ୍ଦାହାଣ୍ଡିର ଦାବିପତ୍ର ପ୍ରଦାନ

Sunil Chandra Nayak

Leave a Comment

error: Content is protected !!