ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆଜି ପବିତ୍ର ମହାଳୟା: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ

ଆଜି ପବିତ୍ର ମହାଳୟା ଅମାବାସ୍ୟା……

ଭଗବାନ ଶ୍ରୀରାମ ପ୍ରଥମେ ପୁନପୁନ ନଦୀ କୂଳରେ ପିଣ୍ଡ ଦେବା ପରେ ଫଲ୍‌ଗୁ ନଦୀ କୂଳରେ ପିଣ୍ଡ ବାଢ଼ି ଥିଲେ ବୋଲି କୁହାଯାଏ….

ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ ”’ମହାଳୟା ଶ୍ରାଦ୍ଧ”’, ”’ସାମ୍ବତ୍ସରିକ ଶ୍ରାଦ୍ଧ”’ ବା ”’ପାର୍ବଣ ଶ୍ରାଦ୍ଧ”’ ବା ”’ମଉଳା ଶ୍ରାଦ୍ଧ”’ କୁହାଯାଏ ।

ଆଶ୍ୱିନ ମାସର ପ୍ରଥମ ପକ୍ଷ “ପିତୃ ପକ୍ଷ” ନାମରେ ଜଣା । ଏହି ପକ୍ଷର ଅମାବାସ୍ୟା “ମହାଳୟା ଅମାବାସ୍ୟା” ନାମରେ ପାଳିତ । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡ ଦାନ କରାଯାଏ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା । ମହଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ, ରୁଦ୍ର, ପ୍ରଜାପତି, ଅଚାର୍ଯ୍ୟ, ବେଦ, ଛନ୍ଦ, ଗନ୍ଧର୍ବଗଣ, ଦେବଗଣ, ପୁରୁଣାଚାର୍ଯ୍ୟ, ସମ୍ବତ୍ସର, ଶାବୟବ, ନାଗଗଣ, ଯକ୍ଷ, ଭକ୍ଷ, ପିଶାଚ, ବନସ୍ପତି, ଔଷଧ, ଭୂତଗ୍ରାମ, ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ, ସନନ୍ଦ, ସନତନ, କପିଳ, ଆସୁରୀ, ଡୋବୁ, ଏବଂ ପଞ୍ଚଶିଖ ଇତ୍ୟାଦି ସାତ ଋଷିଙ୍କୁ ଦୁଇ ଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ । ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରଦ୍ଧ କୁହାଯାଏ । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବାସ୍ୟା, ଏହି ୧୫ ଦିନ ମଧ୍ୟରେ ଜଣେ ଯେକୌଣସି ଦିନ ଶ୍ରାଦ୍ଧ ଦେଇପାରେ, ଏଥିପାଇଁ ଏହାକୁ ପିତୃପକ୍ଷ କୁହଯାଏ । ମହାଳୟା ତିଥିରେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଭୁବନଠାରେ “ଦଶହରା ବଳଦ ଯାତ୍ରା”ର ଆରମ୍ଭ ହୋଇଥାଏ ।ଏହି ଦିନ ସମ୍ବଲପୁରର ସମଲେଶ୍ୱରୀଙ୍କ “ଧବଳମୁଖୀ ବେଶ” ହୋଇଥାଏ ।

ହିନ୍ଦୁ ଧାର୍ମିକ ପରଂପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହାଦ୍ୱାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ । କିମ୍ବଦନ୍ତି କହେ, ମହାଦାନୀ କର୍ଣ୍ଣଙ୍କର ଦାତାପଣିଆର ପୁରସ୍କାର ସ୍ୱରୂପ ଯମପୁରରେ ତାଙ୍କୁ ସୁନା, ରୁପା ମିଳିଥିଲା । ହେଲେ, ଖାଦ୍ୟ ଦିଆଯାଇ ନ ଥିଲା । କାରଣ, ଜୀବିତାବସ୍ଥାରେ ସେ କେବେ ଅନ୍ନଦାନ କରି ନ ଥିଲେ । ଯମରାଜଙ୍କୁ ପ୍ରାର୍ଥନା କରି ସେ ଚଉଦ ଦିନ ପାଇଁ ମର୍ତ୍ତ୍ୟକୁ ଆସି ବ୍ରାହ୍ମଣ ତଥା ଗରିବମାନଙ୍କୁ ଅନ୍ନଦାନ ଦେଇଥିଲେ । ଯମପୁର ଫେରିବା ପରେ ତାଙ୍କୁ ଆଉ ଅନ୍ନରୁ ବଞ୍ଚିତ କରାଯାଇ ନ ଥିଲା । ମର୍ତ୍ତ୍ୟଲୋକରେ କର୍ଣ୍ଣ କଟାଇଥିବା ସେହି ଚଉଦ ଦିନ ଥିଲା ପିତୃପକ୍ଷ ।

ପଶ୍ଚିମ ଓଡ଼ିଶା…..

ଜଗନ୍ନାଥଙ୍କ ପରି ଦଶହରା ସମୟରେ ମା ସମଲେଶ୍ୱରୀଙ୍କ ବିଭିନ୍ନ ବେଶ ଅନୁଷ୍ଠିତ ହୁଏ । ଯାହା ମହାଳୟା ତିଥିରୁ ଧବଳମୁଖୀ ବେଶରୁ ଆରମ୍ଭ ହୁଏ । ଦେବୀଙ୍କ ଏହି ଅଲୌକିକ ବେଶକୁ ଦର୍ଶନ କଲେ ଗଙ୍ଗାସ୍ନାନର ଫଳ ମିଳେ ବୋଲି ବିଶ୍ୱାସ ରହିଛି । ଦଶହରା ମାସ ପିତୃପକ୍ଷରେ ପରଲୋକଗତ ପିତୃପୁରୁଷଙ୍କୁ ପିଣ୍ଡପ୍ରଦାନ ପରେ ଗଙ୍ଗାସ୍ନାନ ବିଧି ରହିଥିବାରୁ ପଶ୍ଚିମ ଓଡ଼ିଶାର ଲୋକେ ବିକଳ୍ପ ସଦୃଶ୍ଯ ଦେବୀ ସମଲେଶ୍ୱରୀଙ୍କ ଧବଳମୁଖୀବେଶ ଦର୍ଶନ କରିଥାଆନ୍ତି ।ପୁ

ପୁରୀ….

ଶ୍ରୀମନ୍ଦିର ଉତ୍ତରଦ୍ୱାର ନିକଟରେ ଶ୍ରାଦ୍ଧ ପ୍ରଦାନ କରାଯାଉଛି।ତିଳତର୍ପଣର ଅନ୍ତିମ ଦିବସ ପବିତ୍ର ଅମାବାସ୍ୟା ତିଥିରେ ଯେଉଁମାନେ ସେମାନଙ୍କ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଇନଥିଲେ ସେମାନେ ଆଜି ମହାଳୟା ଅବସରରେ ଶ୍ରାଦ୍ଧ ପ୍ରଦାନ କରୁଛନ୍ତି। ଆଶ୍ୱୀନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ। ଯେଉଁ ତିଥିରେ ଯାହାଙ୍କର ପିତାମାତା ମୃତ୍ୟୁବରଣ କରିଥାନ୍ତି ସେହି ତିଥିରେ ଶ୍ରାଦ୍ଧ କରିବାର ପରମ୍ପରା ରହିଛି। ସେହିପରି ଶ୍ରୀମନ୍ଦିର ଉତ୍ତରଦ୍ୱାର ନିକଟ ଓ ମହୋଦଧି, ନରେନ୍ଦ୍ର, ଶ୍ୱେତଗଙ୍ଗା, ଇନ୍ଦ୍ରଦ୍ୟୁମ୍ନ, ମାର୍କଣ୍ଡେୟ ଆଦି ତୀର୍ଥ ପୁଷ୍କରିଣୀରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ଶ୍ରାଦ୍ଧ ପ୍ରଦାନ କରାଯାଇଥାଏ। ପିତୃପକ୍ଷରେ ବିଶେଷ କରି ପିତା, ପିତାମହ, ପ୍ରପିତାମହଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଛି। କେବଳ ସାଧାରଣ ମଣିଷ ନୁହନ୍ତି, ଦେବତା ବି ପିଣ୍ଡଦାନ କରିଥିଲେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। 

ପୁନପୁନ ନଦୀ କୂଳରେ ପିଣ୍ଡଦାନ…

ପବିତ୍ର ମହାଳୟା ଅବସରରେ ପିତୃପକ୍ଷରେ ଲୋକେ ପୂର୍ବପୁରୁଷଙ୍କୁ ପିଣ୍ଡଦାନ ଲାଗି ମୋକ୍ଷଦ୍ୱାର ଭାବେ ପରିଚିତ ବିହାରର ଗୟାକୁ ଆସିଥାନ୍ତି। ଆଦି ଗଙ୍ଗା ପୁନପୁନ ନଦୀ କୂଳରେ ପିଣ୍ଡଦାନ କରାଯାଏ। ପୌରାଣିକ ମାନ୍ୟତା ଅନୁସାରେ, ପୁନପୁନ ନଦୀକୁ ପିତୃ ତର୍ପଣର ପ୍ରଥମ ବେଦୀ ଭାବେ ଗ୍ରହଣ କରାଯାଏ। ଏଠାରେ ଗୟାସୁର ଦାନବର ଚରଣ ଥିବା କୁହାଯାଏ। ଭଗବାନ ଶ୍ରୀରାମ ପ୍ରଥମେ ପୁନପୁନ ନଦୀ କୂଳରେ ପିଣ୍ଡ ଦେବା ପରେ ଫଲ୍‌ଗୁ ନଦୀ କୂଳରେ ପିଣ୍ଡ ବାଢ଼ି ଥିଲେ ବୋଲି କୁହାଯାଏ।

ନର୍ମଦା ନଦୀ କୂଳରେ ଥିବା ତୁରନାଲ ଗାଁରେ ଭଗବାନ ପର୍ଶୁରାମ ନିଜ ପିତାମାତାଙ୍କୁ ପିଣ୍ଡଦାନ କରିଥିଲେ। କିମ୍ବଦନ୍ତୀରେ ଏହା ଉଲ୍ଲେଖ ରହିଛି। ନେମାବରଠାରୁ କିଛି ଦୂରରେ ନର୍ମଦା ନଦୀ କୂଳରେ ତୁରନାଲ ଗାଁ ଅବସ୍ଥିତ।

ବ୍ରହ୍ମାଣ୍ଡର ସର୍ବପ୍ରଥମ ପିଣ୍ଡଦାନ ନର୍ମଦା ନଦୀ କୂଳରେ ହୋଇଥିଲା…

କୁହାଯାଏ, ବ୍ରହ୍ମାଣ୍ଡର ସର୍ବପ୍ରଥମ ପିଣ୍ଡଦାନ ସ୍ୱୟଂ ପୂର୍ବପୁରୁଷମାନେ ନର୍ମଦା ନଦୀ କୂଳରେ କରିଥିଲେ। ଏଠାରେ ଥିବା ତ୍ରିଶୁଳଭେଦ ଘାଟକୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ପିଣ୍ଡଦାନ ପାଇଁ ଯାଇଥାନ୍ତି। ଏହି ସ୍ଥାନରେ ଭଗବାନ ମହାଦେବ ତାଙ୍କ ତ୍ରିଶୁଳ ନିର୍ମାଣ କରାଇଥିଲେ ବୋଲି କୁହାଯାଏ। ଏହି ତୀର୍ଥରେ ଶ୍ରାଦ୍ଧକର୍ମ କରିଥିବା ବ୍ୟକ୍ତିଙ୍କୁ ଅଧିକ ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି।

ବିଦ୍ୟାଧର ସାହୁଙ୍କ ଉପସ୍ଥାପନା….

Related posts

କେଶବ ସାହୁ ଙ୍କ କବିତା ନିଖୁଣ ପୃଥିବୀର ସନ୍ଧାନରେ

Sunil Chandra Nayak

ସାଂସ୍କୃତିକ ଲୋକ ମହୋତ୍ସବ ମଣ୍ଡେଇ ର ପ୍ରଥମ ଦିବସ 

Sunil Chandra Nayak

ବେଆଇନ ଭାବେ ଦେଶୀ ମଦ ବିକ୍ରି ଅଭିଯୋଗ ରେ ଯୁବକ ଅଟକ

Sunil Chandra Nayak

Leave a Comment

error: Content is protected !!