ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ତେରେସିଂହା ଗ୍ରା.ପ.ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ପ୍ରତି ପଞ୍ଚାୟତରେ ଲୋକଙ୍କ ଦୁଆର ମୁହଁରେ ସେବା ଓ ସମସ୍ୟାର ସମାଧାନ ପାଇଁ ଏହି ଶିବିର ଆୟୋଜନ କରାଯାଉଛି l ଏହି ଅନୁଷ୍ଠିତ କାର୍ଯ୍ୟକ୍ରମରେ କର୍ଲାମୁଣ୍ଡା ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ କୁନି ସାହୁ, ଭାରପ୍ରାପ୍ତ ବିଡ଼ିଓ ସିଦ୍ଧେଶ୍ୱର ମେହେର, ଜିପିଇଓ ଯୁଗଳ କିଶୋର ନାଏକ, ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ସରପଞ୍ଚ ପ୍ରମୋଦ ସୁନା, ସମିତି ସଭ୍ୟା ଶ୍ରୀମତୀ ଚନ୍ଦ୍ରମା ରଣା, କିରାଣୀ ପ୍ରଦୀପ କୁମାର ମାଝୀ, କାର୍ଯ୍ୟନିର୍ବାହୀ ଅଧିକାରୀ ରମେଶ ମହଲାଙ୍କ ସମେତ ବ୍ଲକ ର ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ l ଏହି ଶିବିର ରେ ମୋଟ ୫୬୪ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ଆବାସ ଯୋଜନା, ପିଡ଼ିଏସ୍, ଭତ୍ତା ଭଳି ଅନେକ ଅଭିଯୋଗ ଓ ସମସ୍ୟା ନେଇ ଆସିଥିବା ହିତାଧିକାରୀଙ୍କ ଅଭିଯୋଗ ଶୁଣିବା ସହ ସମାଧାନ କରିବା ଦିଗରେ ପ୍ରୟାସ କରାଯିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି l 

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଦ୍ୱାଦଶ ବନଜ୍ୟୋତ୍ସ୍ନା ପୁସ୍ତକ ମେଳା ଓ ସାଂସ୍କୃତିକ ଉତ୍ସବ ୨୦୨୨ ଆରମ୍ଭ 

Sunil Chandra Nayak

ପଞ୍ଚାୟତ ସ୍ତରିୟ ପ୍ରଶିକ୍ଷଣ ଶିବିର

ବେହେରା ଠାରେ ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ଶୁଭାରମ୍ଭ

Sunil Chandra Nayak

Leave a Comment

error: Content is protected !!