ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆଇଏଏସ୍‌ ସ୍ତରରେ ଅଦଳବଦଳ: ବିଜ୍ଞପ୍ତି ପ୍ରକାଶ ,ବେଦଭୂଷଣ, ଆଇଏଏସ ଧର୍ମଗଡ ଉପଜିଲ୍ଲାପାଳ

ବେଦଭୂଷଣ, ଆଇଏଏସଙ୍କୁ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆ ଯାଇଛି।ଏନେଇ ସୋମବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ସେ ଧର୍ମଗଡ ଏନଏସି ର କାର୍ଯ୍ୟ ନିର୍ବାହୀ ଅଧିକାରୀ (Executive Officer)ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ।

ଆଇଏଏସ୍‌ ସ୍ତରରେ ହେଲା ଅଦଳବଦଳ । ଏନେଇ ସୋମବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁସାରେ ନୟାଗଡ଼ ଜିଲ୍ଲାପାଳଙ୍କର ବଦଳି ହୋଇଛି।

ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କୁ ଓଡ଼ିଶା ରାଜ୍ୟ ମେଡିକାଲ ନିଗମରେ ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଶ୍ରୀମତୀ ଟୁଡୁଙ୍କ ସ୍ଥାନରେ ରାଜ୍ୟ ନିର୍ବାଚନ କମିସନ ସଚିବ ରବୀନ୍ଦ୍ରନାଥ ସାହୁଙ୍କୁ ନୟାଗଡ଼ ଜିଲ୍ଲାପାଳ ଦାୟିତ୍ବ ମିଳିଛି।

ସେହିପରି ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଜିଲ୍ଲାପାଳ ତଥା ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଆଦିତ୍ୟ ଗୋୟଲଙ୍କୁ ବରଗଡ଼ ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ତାଲିମ ଶେଷ କରିବା ପରେ ୨୦୨୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ କୁଲକର୍ଣ୍ଣି ଆଶୁତୋଷଙ୍କୁ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ଆଇଏଏସ୍‌ ଫେଜ୍‌-୨ ତାଲିମ ସରିବା ପରେ ମଧୁମିତାଙ୍କୁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା, ବେଦଭୂଷଣଙ୍କୁ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼, ଚଭନ କୁନାଲ ମୋତିରାମଙ୍କୁ ବାଲେଶ୍ବର ଓ ବିଭୂତି ଭୂଷଣ ନାୟକଙ୍କୁ କୁଚିଣ୍ଡା ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

 

Related posts

ଶ୍ରୀ ବିଦ୍ୟାଧର ମହାନ୍ତ ଙ୍କ ଅଣୁ ଗଳ୍ପ ହତଭାଗ୍ୟ

Sunil Chandra Nayak

ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁ ହେଲେ ରାଷ୍ଟ୍ରପତି

Sunil Chandra Nayak

ମହାବିଦ୍ୟାଳୟ ପରିସରରେ ସଫେଇ କାର୍ଯ୍ୟ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!