ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତା ରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୦.୧୦.୨୦୨୨(ମ ନି ସ) ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର,ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୫୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Related posts

ରାଷ୍ଟ୍ରପତି ଙ୍କ ଶପଥ ପାଠ ଅବସରରେ ଶୁଭକାମନା ରଖିଲେ ଆଦିବାସୀ ମହିଳାମାନେ

Sunil Chandra Nayak

ଚିଲିଗୁଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଅଭାବ ସାଙ୍ଗକୁ ଶ୍ରେଣୀ ଗୃହ ଅଭାବ ଚିନ୍ତାରେ ଗ୍ରାମବାସୀ

Sunil Chandra Nayak

ଇସ୍ପାତ ସହରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

Sunil Chandra Nayak

Leave a Comment

error: Content is protected !!