ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟ ବାହାର ଓଡ଼ିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁମ୍ବାଇ ସ୍ଥିତ ଓଡ଼ିଶା ଭବନର ସମ୍ପ୍ରସାରଣର ଭିତ୍ତିପ୍ରସ୍ତର ସ୍ଥାପନ କଲେ

ରାଜ୍ୟ ବାହାର ଓଡ଼ିଆଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁମ୍ବାଇ ସ୍ଥିତ ଓଡ଼ିଶା ଭବନର ସମ୍ପ୍ରସାରଣର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । 

ଓଡ଼ିଶା ଭବନର ସମ୍ପ୍ରସାରଣ, ବାଣିଜ୍ୟ, ଶିକ୍ଷା ତଥା କ୍ୟାନସର ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କ ପରିବାରର ରହଣି ନିମନ୍ତେ ସହାୟକ ହେବ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ବିଭିନ୍ନ କାର୍ଯ୍ୟରେ ମୁମ୍ବାଇ ଆସୁଥିବା ସରକାରୀ ଅଧିକାରୀ ଓ ଜନସାଧାରଣଙ୍କୁ ମୁମ୍ବାଇରେ ସୁଲଭ ମୂଲ୍ୟରେ ରହଣି ଯୋଗାଇଦେବା ଉଦ୍ଦେଶ୍ୟରେ “ଓଡିଶା ଭବନ”, ମୁମ୍ବାଇ କାର୍ଯ୍ୟ କରୁଅଛି।

ଏହି ଭବନରେ ୨୮ ଗୋଟି ଏସି ରୁମ ଓ ୪ଟି ଏସି ଡର୍ମିଟରୀ ରହିଛି। ଏହି ସବୁ ରୁମ ମଧ୍ୟରୁ ୧୬ ଗୋଟି ୨ଶଯ୍ୟା ବିଶିଷ୍ଟ ଏସି ରୁମ ଓ ୨ଟି ଏସି ଡର୍ମିଟରୀ ମୁମ୍ବାଇରେ କ୍ୟାନ୍ସର ଭଳି ଦୂରାରୋଗ୍ୟ ବ୍ୟାଧିର ଚିକିତ୍ସା ନିମନ୍ତେ ଆସୁଥିବା ଓଡିଆ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ରହିଛି। ସରକାରଙ୍କ ତରଫରୁ ରିହାତି ମୂଲ୍ୟରେ ଯୋଗାଇ ଦିଆଯାଉଥିବା ଏହି ରହଣି ସୁବିଧା ଦ୍ୱାରା ଓଡିଶାର ଆର୍ଥିକ ଦୁର୍ବଳ ଶ୍ରେଣୀର ରୋଗୀମାନେ ବିଶେଷ ଭାବେ ଉପକୃତ ହୋଇ ଆସୁଛନ୍ତି।

ତେବେ ମୁମ୍ବାଇ ଓଡିଶା ଭବନରେ ରୋଗୀମାନଙ୍କ ପାଇଁ ଅଧିକ ରୁମର ବ୍ୟବସ୍ଥା କରିବାକୁ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ତରଫରୁ ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲା। ସେମାନଙ୍କର ଦାବିକୁ ସମ୍ମାନ ଜଣାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ସାହିତ୍ୟ ଅଗଣା

Sunil Chandra Nayak

ଉପେନ୍ଦ୍ର କୁମାର ବସ୍ତିଆ ଙ୍କ କବିତା ଅବ୍ୟକ୍ତ ବେଦନା

Sunil Chandra Nayak

ନିର୍ମାଣଧିନ ପୋଲ ଭୁସୁଡିଲା, ପାଞ୍ଚଟି ଗାଁ ରାସ୍ତା ବିଛିନ୍ନ 

Sunil Chandra Nayak

Leave a Comment

error: Content is protected !!