ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭାଲୁ ଆକ୍ରମଣରେ ଯୁବକ ଗୁରୁତର, ଭବାନୀପାଟଣା ଡାକ୍ତରଖାନା ସ୍ଥାନାନ୍ତର

କୋକସରା,୨୦/୧୦(ମ ନି ସ) ଭାଲୁ ଆକ୍ରମଣରେ ଯୁବକ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁବାର ଭୋର ସମୟରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ଜଙ୍ଗଲକୁ ଲାଗି ରହିଥିବା ଗ୍ରାମ ତେନ୍ତୁଳିଆପଡା ଗ୍ରାମର କାମଦେବ ରାଉତ( ୩୨) ନିଜ ଚାଷଜମି ନିକଟରେ ଥିବା ପଡିଆକୁ ଶୌଚ ପାଇଁ ଯାଇଥିବା ବେଳେ ହଠାତ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ଭାଲୁ ଆକ୍ରମଣରେ ତାଙ୍କର ମୁଣ୍ଡ ଓ ପିଠିରେ ଗଭୀର କ୍ଷତ ହୋଇଛି। ଗୁରୁତର ଅବସ୍ଥାରେ କୌଣସି ପ୍ରକାରେ ଭାଲୁ କବଲରୁ ମୁକୁଳି ଗାଁ କୁ ଆସିଥିବା ବେଳେ ପରିବାର ୧୦୮ ଆମ୍ବୁଲାନ୍ସରେ ଆଣି କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ତେବେ ଅବସ୍ଥା ଅତି ଗରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଯୁବକ ଜଣକ ଜଣେ ଛୋଟ ଚାଷୀ ଓ ଗରିବ ପରିବାରର ହୋଇଥିବା ବେଳେ ତାଙ୍କ ଚିକିତ୍ସା ପାଇଁ ଜଙ୍ଗଲ ବିଭାଗ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଆମପାଣି ଫରେଷ୍ଟର ମନୀଷା ପଟ୍ଟନାୟକ ଙ୍କ ପ୍ରତିକ୍ରିୟା ନେବାରୁ ସରକାରୀ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ଓ ଆମର ଜଣେ କର୍ମଚାରୀ ଭବାନୀପାଟଣା ପଠାଯାଇଛି। ସେ ଗୁରୁତର ଯୁବକଙ୍କ ଚିକିତ୍ସାର ବ୍ୟବସ୍ଥା କରିଛନ୍ତି ବୋଳି କହିଛନ୍ତି।

Related posts

ସଫଳା ଦାସ ଙ୍କ କବିତା ହେ ସୂର୍ଯ୍ୟ

Sunil Chandra Nayak

ସସ୍ମିତା ପଣ୍ଡା ଙ୍କ କବିତା ପ୍ରିତୀ ପଲକେ

ରାଉରକେଲାରେ ଓଡିଶା ଷ୍ଟେଟ ହାଉସିଂ ବୋର୍ଡର କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହେଉ

Sunil Chandra Nayak

Leave a Comment

error: Content is protected !!