ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବାବୁଶାନ ଙ୍କ ଦମନ୍ ଆଣିବ ବୈପ୍ଳବିକ ଆନ୍ଦୋଳନ, ଦର୍ଶକ ଫେରିବେ, ହୁଇସିଲ୍ ବାଜିବ

ଓଡ଼ିଆ ସିନେପ୍ରେମୀ ବିଶେଷକରି ବାବୁସାନଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର

କିଛି ଦିନ ଅନ୍ତରରେ ବାବୁସାନ ପ୍ରଶଂସକଙ୍କୁ ଭେଟିଦେବାକୁ ଯାଉଛନ୍ତି ଦମଦାର ଚଳଚ୍ଚିତ୍ର ‘ଦମନ’ । କରୋନା କାରଣରୁ ଗତ ଦୁଇ ବର୍ଷ ହେଲା ବଡ଼ ବଜେଟ୍‌ ର ଓଡ଼ିଆ ସିନେମା ପ୍ରେକ୍ଷାଳୟକୁ ପ୍ରାୟ ଆସିନଥିଲା। ପରିସ୍ଥିତି ସୁଧୁରିବା ପରେ ବର୍ତ୍ତମାନ ପୁଣି ଚଳଚଞ୍ଚଳ ହୋଇଉଠିଛି ଓଡ଼ିଆ ସିନେଶିଳ୍ପ । ସେହି କ୍ରମରେ ରିଲିଜ୍ ପାଇଁ ସଜବାଜ ହେଉଛି ‘ଦମନ’। ଏ ଫିଲ୍ମରେ ବାବୁସାନଙ୍କ ସହ କଳାକାର ଭାବେ ଦେଖିବାକୁ ମିଳିବେ ଦୀପନ୍ବିତ ଦାସ ମହାପାତ୍ର। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ । ଜଣେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠାର କାହାଣୀ ସ୍ଥାନିତ ହୋଇଛି ଫିଲ୍ମରେ । ଡାକ୍ତରୀ ପାଠ ଶେଷ କରିବା ପରେ ଏହି ଯୁବ ଡାକ୍ତରଙ୍କର ପୋଷ୍ଟିଙ୍ଗ୍ ହୁଏ ମାଲକାନଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳରେ । ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତର ଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଚ୍ୟାଲେଞ୍ଜ ସାମ୍ନା କରିବାକୁ ପଡ଼ୁଛି ତାହା ଦେଖିବାକୁ ମିଳିବ ‘ଦମନ’ ରେ। ବଡ଼ ବଜେଟର ଏହି ଫିଲ୍ମରେ ବାବୁସାନଙ୍କ ଭରପୂର ଆକ୍ସନ ଦେଖିବେ ସିନେପ୍ରେମୀ । ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ଏ ଫିଲ୍ମର କାହାଣୀ ଓ ଚିତ୍ରନାଟ୍ୟ ଲେଖିବା ସହିତ ନିର୍ଦ୍ଦେଶନା ଦେଇଛନ୍ତି। ପ୍ରଯୋଜନାରେ ଅଛନ୍ତି ଦୀପେନ୍ଦ୍ର ସାମଲ। ଜେପି ଓ୍ବାର୍ଡସ୍ମିଥ୍ ଓ ବାପୁ ଗୋସ୍ଵାମୀ ଏହାର ଗୀତ ଲେଖିଥିବା ବେଳେ ସଂଗୀତରେ ସଜାଇଛନ୍ତି ଗୌରବ ଆନନ୍ଦ ଓ ତାଙ୍କର ଟିମ୍ । ବଡ଼ ଷ୍ଟାର, ରିଅଲ ଷ୍ଟୋରୀ କୁ ନେଇ ଆସନ୍ତା ୪ ନଭେମ୍ବର ରେ ମୁକ୍ତିଲାଭ କରିବାକୁ ଯାଉଥିବା ‘ଦମନ’ କୁ ଦର୍ଶକ ଆଗ୍ରହ ସହିତ ଅପେକ୍ଷା ରେ ଅଛନ୍ତି l ଯାହା ଫିଲ୍ମର କ୍ରିଏଟିଭ୍ ହେଡ୍ ତଥା ପ୍ରଚାର ପ୍ରସାର ଦାୟିତ୍ୱ ରେ ଅଛନ୍ତି ପ୍ରଣୟ ଜେଠୀ l

ଅମୃତ ନନ୍ଦ ଙ୍କ ରିପୋର୍ଟ 

Related posts

ଗୀତାଞ୍ଜଳି ପୃଷ୍ଟି ଙ୍କ କବିତା ଋତୁ ଚକ୍ରର ଦ୍ୱିତୀୟ ସ୍ତବକ

Sunil Chandra Nayak

ଚିଚିଆ ଗ୍ରାମରେ ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଗ୍ରହ ସ୍ଥାପନ ଓ ମନ୍ଦିର ପ୍ରତିଷ୍ଠା 

Sunil Chandra Nayak

କୋଇଲାରୀ ଗ୍ରାମରେ ଉଚ୍ଚ ବିଦ୍ୟାଳୟ ଖୋଲିବା ପାଇଁ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଦାବିପତ୍ର ପ୍ରଦାନ

Sunil Chandra Nayak

Leave a Comment

error: Content is protected !!